ପୁଣି ବଢିଲା ଶୀତ: ୪ ଦିନରେ ୪ ଡିଗ୍ରୀ ଖସିଲା ପାରଦ

ଦାରିଙ୍ଗବାଡି, ୧୨ /୧୧ (ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଏବେ ଶୀତର ସହର ଭାବେ ଜଣାଶୁଣା। ଜଳବାୟୁ ପରିବର୍ତ୍ତନ ଶୀତଳ ପବନ ବୋହିବା ସହ ଦୈନିକ ପାରଦ ତଳକୁ ତଳକୁ ଖସୁଛି । ବୁଧବାର ସକାଳ ୭ ଟା ସୁଦ୍ଧା ତାପମାତ୍ରାରେ ହ୍ରାସ ପାଇ ସର୍ବନିମ୍ମ ୮. ୫ ଡିଗ୍ରୀରେ ପହଞ୍ଚିଛି।ମଙ୍ଗଳବାର ଏହାଠାରୁ ଗୋଟିଏ ଅଙ୍କ ଅଧିକ ତାପମାତ୍ରା ରହିଥିଲା । କୁହାଯାଉଛି ଅଞ୍ଚଳରେ ଚଳିତ ବର୍ଷ ପ୍ରାୟ ୪ ମାସ ଧରି ବର୍ଷା ଲାଗିରହିବା ସହ ଏକାଧିକ ଥର ଲଘୁଚାପ ସୃଷ୍ଟି ହୋଇ ବର୍ଷା ହୋଇଥିଲା। ତେବେ ଯେଉଁ ଭଳି ବର୍ଷା ଲାଗିରହିଥିଲା ଅଞ୍ଚଳକୁ ଶୀତ ଆସିବାରେ ବିଳମ୍ବ ହୋଇଥିଲା। ଏବେ ବର୍ଷା ଛାଡିଛି ଓ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଫଳରେ ସନ୍ଧ୍ୟା ନଇଁ ଆସିବା କ୍ଷଣି ଶୀତ ମାଡି ଆସୁଛି ଓ ସକାଳ ୧୦ ଟାଯାଏ ଥରାଉଛି।

ବିଭିନ୍ନ ସ୍ଥାନରେ ଲୋକମାନେ ନିଆଁ ଲଗାଇ ନିଆଁର ଭରସାରେ ରହିବାକୁ ବାଧ୍ୟ ହେଉଛନ୍ତି। ଗରିବ ଶ୍ରେଣୀର ଲୋକମାନେ ଶୀତ ବସ୍ତ୍ର ଅଭାବ ଯୋଗୁଁ ନିଆଁ କୁ ଅଧିକା ଭରସା କରୁଛନ୍ତି। ଶ୍ରମିକମାନେ ସକାଳ ୯ ଟା ପରେ ହିଁ କାମ ଧନ୍ଦା କୁ ଯାଇପାରୁଥିବା ଜଣାପଡିଛି। ପାଣିପାଗର ଆଗୁଆ ସୂଚନା ପ୍ରକାରେ ଶୀତର ଆହୁରି ବୃଦ୍ଧି ଆଶଙ୍କା ରହିଥିବା କୁହାଯାଉଛି। ଗୋଟିଏ ପ୍ରକାର ଜନଜୀବନ ପ୍ରଭାବିତ ହେବା ଆରମ୍ଭ ହୋଇଛି। ପାଣି ଜାଡ଼ ପାଲଟିଥିବା ବେଳେ ୨ ଚକିଆ ଓ ଖୋଲା ଯାନରେ ଯାତାୟାତ ସମ୍ପୂର୍ଣ୍ଣ ବାଧା ପ୍ରାପ୍ତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?