Posted inରାଜ୍ୟ

ରାଜ୍ୟରେ ସାମାନ୍ୟ ହ୍ରାସ ପାଇଲା ଶୀତର ପ୍ରଭାବ, ଘନକୁହୁଡ଼ି ଆଶଙ୍କାରେ ୟେଲୋ ୱାର୍ନିଂ ଜାରୀ

ଭୁବନେଶ୍ୱର,୨୭।୧୨ : ରାଜ୍ୟରେ ଶୀତର ପ୍ରକୋପ କମ୍‍ ରହିଥିବାବେଳେ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି । ଏହି ଭଳି ସ୍ଥିତି ଆଗକୁ ଦୁଇ/ତିନି ଦିନ ଧରି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟକୁ ବର୍ତ୍ତମାନ ବଙ୍ଗୋପସାଗରୀୟ ଉଷ୍ମ ବାୟୁ ଜାରି ରହିଛି । ଏହାଦ୍ୱାରା ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବା ସହ କୁହୁଡ଼ି ସମସ୍ୟା ଦେଖାଯାଉଛି । ବୁଧବାର ରାତିରୁ ଗୁରୁବାର ସକାଳ ମଧ୍ୟରେ ୧୭ଟି ଜିଲ୍ଲାରେ ଘନ କୁହୁଡିର ଆଶଙ୍କା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରୀ କରାଯାଇଛି ।

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ତଥ୍ୟ ଅନୁଯାୟୀ, ରାଜ୍ୟର ତିନିଟି ସ୍ଥାନର ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବା ରେକର୍ଡ଼ ହୋଇଛି । କୋରାପୁଟରେ ରାତି ତାପମାତ୍ରା ସବୁଠୁ କମ୍ ୭ ଡିଗ୍ରୀ ସେଲସିୟସ ଥିବାବେଳେ ଦାରିଙ୍ଗବାଡ଼ି ୮ ଦଶମିକ ୫ ଡିଗ୍ରୀ ଏବଂ ସେମିଳିଗୁଡ଼ାରେ ୯ ଡିଗ୍ରୀ ରହିଛି । ଭୁବନେଶ୍ୱରରେ ୧୬ ଦଶମିକ ୯ ଏବଂ କଟକରେ ୧୬ ଦଶମିକ ୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି । ଅନ୍ୟପକ୍ଷରେ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ । ୩-୪ ଦିନ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri