ଲେଉଟିଲା ଶୀତ, ୪ ଡିଗ୍ରୀ ଯାଏ ଖସିଲା ପାରଦ

ଭୁବନେଶ୍ୱର,୧୩ା୧(ବନ୍ଦନା ସେଠୀ):ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ଦିନ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି। ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ ବୌଦ୍ଧ ଜିଲାକୁ ଥଣ୍ଡା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡା, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାକୁ ଆଲର୍ଟ ଜାରି ହୋଇଛି।
ବିଭାଗର ତଥ୍ୟ ଅନୁଯାୟୀ, ରବିବାର ଦାରିଙ୍ଗବାଡିରେ ସର୍ବନିମ୍ନ ରାତି ତାପମାତ୍ରା ୬.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ୧୦ ଡିଗ୍ରୀ ତଳେ ୬ ସହର ରହିଥିଲା। ହେଲେ ଗତ ୨୪ ଘଣ୍ଟାରେ ୧୦ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲାବେଳେ ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ରାଉରକେଲାରେ ୬.୭ ଡିଗ୍ରୀ, ଫୁଲବାଣୀ ୬.୮, ଝାରସୁଗୁଡା ୭, ଦାରିଙ୍ଗବାଡି ୭, କିରେଇ ୮.୮, ସୁନ୍ଦରଗଡ଼ ୯, ନବରଙ୍ଗପୁର ୯, ଅନୁଗୋଳ ୯.୬ ଏବଂ ବୌଦ୍ଧରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri