ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ ଦଶଟା ପର୍ଯ୍ୟନ୍ତ କମୁନି କୁହୁଡ଼ି। ବାଲିଗୁଡ଼ା ତଥା ଏହାର ଆଖପାଖ କୋଟଗଡ଼,ଦାରିଙ୍ଗବାଡ଼ି, କ.ନୂଆଗାଁ, ବେଲଘର, ତୁମୁଡ଼ିବନ୍ଧ, ରାଇକିଆ, ଟିକାବାଲି, ଚକାପାଦ ଜି.ଉଦୟଗିରି ଅଞ୍ଚଳର ବିଭିନ୍ନ ଉପାନ୍ତ ଅଞ୍ଚରେ ବଢ଼ିଲାଣି ଶୀତ। ଶୀତୁଆ ସକାଳରେ ଚା’ ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି।

ଘନକୁହୁଡ଼ିରେ ଆଚ୍ଛାଦିତ ହୋଇଛି ସମଗ୍ର ଅଞ୍ଚଳ। ଅସହ୍ୟ ଜାଡ଼ରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି। ସଞ୍ଜ ନଇଁଲେ ଉପାନ୍ତ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଉଛି। ଦିନ ୧୦ଟା ପର୍ଯ୍ୟନ୍ତ ଘନକୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଥିବାରୁ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ଅଧରାତିରୁ ନିଆଁ ଜାଳି ନିଆଁର ଆଶ୍ରୟ ନେଉଛନ୍ତି। ରାସ୍ତାରେ କୁହୁଡ଼ି ପାଇଁ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି l ଶୀତରୁ ବର୍ତ୍ତିବା ପାଇଁ ଲୋକେ ଗରମ ଗରମ ଜିନିଷ ଖାଇବାକୁ ପସନ୍ଦ କରୁଛନ୍ତି। ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି, ବେଲଘର ଲୁଦୁ ଜଳପ୍ରପାତ,ସାପ ନଳା,ମଣ୍ଡାସୁର ଭଳି ବିଭିନ୍ନ ଅଞ୍ଚଳର ପ୍ରାକୃତିକ ବିଭବ ଅତି ନିକଟରୁ ଦେଖିବାକୁ ପର୍ଯ୍ୟଟକଙ୍କ ନୂତନ ବର୍ଷ ଆରମ୍ଭରୁ ସୂଅ ଛୁଟିଲାଣି। ଶୀତ ଯୋଗୁ ଗରିବ ଓ ଶ୍ରମଜୀବୀ କର୍ମକ୍ଷେତ୍ରକୁ ଯାଇ ପାରୁ ନାହାନ୍ତି, ସେପଟେ ନିଜକୁ ଫିଟ୍‌ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣିଂ ଓ୍ବାକ୍‌, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍‌, ପାର୍କ, ରାସ୍ତା ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି। ଶୀତ ଆସିବା କ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡ଼ିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା ସହ ଆକାଶରେ ମଝିରେ ମଝିରେ ମେଘ ଖଣ୍ଡ ସବୁଜ ପରିବେଶକୁ ଆହୁରି ଆକର୍ଷିତ କରୁଛି। ରାସ୍ତାକଡ଼ ଝରଣାର ଦୃଶ୍ୟ ସବୁଜିମା ବୃକ୍ଷରାଜି ବିରାଟ ପାହାଡ଼ ପର୍ବତ ରାସ୍ତାରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ବେଶ ଆନନ୍ଦ ଦେଉଥିବା ଦେଖିବାକୁ ମିଳିଛି। ରାସ୍ତାରେ ଯାତାୟାତ କଲାବେଳେ ଲୋଭନୀୟ ମନୋରମ ଦୃଶ୍ୟ ଦେଖି ଯାତ୍ରୀମାନେ କିଛି ସମୟ ଅଟକି ଯାଇ ପ୍ରକୃତିର ମଜା ଉଠାଇବା ସହ ନିଜ ନିଜ ମୋବାଇଲରେ କିଛି ଫଟୋ ଉତ୍ତୋଳନ କରି ବେଶ୍‌ ଆନନ୍ଦିତ ହେଉଛନ୍ତି। ଗତ କିଛିଦିନ ହେଲା ପାଗ ଶୁଖିଲା ରହିବା ସହ ସକାଳ ଓ ସନ୍ଧ୍ୟା ସମୟରେ ପ୍ରବଳ ଶୀତ ଅନୁଭୂତି ହେଉଛି। ମଧ୍ୟରାତ୍ରିରୁ ଭୋର୍‌ ମଧ୍ୟରେ ଅଧିକ ଶୀତ ପଡ଼ିବା ସହ ସକାଳର କୁହୁଡି ଶୀତକୁ ଦ୍ବିଗୁଣିତ କରୁଛି। ବର୍ତ୍ତମାନ ବର୍ଷା ଛାଡ଼ିବା ପରେ ପର୍ଯ୍ୟଟନର ଋତୁ ଆରମ୍ଭ ହୋଇ ଯାଇଛି। କନ୍ଧମାଳ ଜିଲାର ପର୍ଯ୍ୟଟନ କ୍ଷେତ୍ର ବାହାର ଜିଲା ଏବଂ ବାହାର ରାଜ୍ୟର ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବା ପାଇଁ ପୂରା ପ୍ରସ୍ତୁତ ହୋଇରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ଗାଡ଼ିମୋଟର ଯାଞ୍ଚ: କଟିଲା ୩୨ ଚାଲାଣ, ୨ ଲକ୍ଷ ୬୦ ହଜାର ଟଙ୍କା ଜରିମାନା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ...

ବିଭିନ୍ନ ଦାବି ନେଇ ଗର୍ଜିଲା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୨।୧(ସନ୍ତୋଷ ପାଢ଼ୀ): ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ଗୁଡିକର ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ...

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।...

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri