ରାଜ୍ୟରେ ପୁଣି ବଢ଼ିଲା ଶୀତ: ଆଗାମୀ ୩ ଦିନ କମିବ ପାରଦ, ଏସବୁ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୬।୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଆହୁରି ୨ ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି।

ଘୁ. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଏଠାରେ ପାରଦ ୭.୮ ଡିଗ୍ରିକୁ ଖସିଛି। ସେମିଳିଗୁଡ଼ାରେ ମଧ୍ୟ ତାପମାତ୍ରା ୧୦ ଡିଗ୍ରି ତଳକୁ ଖସି ୯.୧ ଡିଗ୍ରି ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ରାତିର ତାପମାତ୍ରା ୧୪.୫ ଡିଗ୍ରି ଏବଂ କଟକରେ ୧୪.୬ ଡିଗ୍ରି ରହିଛି। ସେହିଭଳି ଫୁଲବାଣୀରେ ୧୧.୪ ଡିଗ୍ରି ଏବଂ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି।

ତାପମାତ୍ରା ହ୍ରାସ ପାଇବା ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇପାରେ। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ପାଖାପାଖି ରହିବାର ଅନୁମାନ କରାଯାଉଛି। ୩-୪ ଦିନର ଏହି ଶୀତ ଲହରୀ ପରେ ପୁଣି ଧୀରେ ଧୀରେ ପାରଦ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri