ପୁଣି ଫେରିଲା ଶୀତ: ଘନ କୁହୁଡ଼ି ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟକୁ ପୁଣି ଶୀତ ଲହରି ଫେରିଛି। ଦୁଇଦିନ ଧରି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଶନିବାର ବର୍ଷା ନ ଥିଲେ ମଧ୍ୟ ଦିନରେ ଖରା ସହ ଶୀତୁଆ ପବନ ଲାଗି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨ରୁ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୩ ରୁ ୫ଡିଗ୍ରୀ ଯାଏ ତଳକୁ ଖସିବାର ସମ୍ଭାବନା ରହିଛି। ସେହିଭଳି ଆଗାମୀ ଦୁଇଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲାକୁ ଶୀତ ଲହରି ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଆସନ୍ତା ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, ପୁରୀ ଓ ଗଜପତିରେ ଘନ କୁହୁଡ଼ି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri