ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ

ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର, ଡବେରୀ, କିରିକୁଟି, ଦାସିଙ୍ଗବାଡ଼ି ଆଦି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ତୁଷାରପାତ ହୋଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ସହ ତୁଷାରପାତ ଦେଖିବାକୁ ଲୋକଙ୍କ ଭିଡ଼ ଜମିଛି। ତେବେ ଏହି ତୁଷାରପାତ ପୂର୍ବଦିନ ଅପେକ୍ଷା ଶନିବାର ଶୀଘ୍ର ସକାଳ ସାଢେ ୭ଟା ସୁଦ୍ଧା ତରଳି ଯାଇଥିବା ଜଣାପଡିଛି। ଖୋଲା ଘାସ ପଡିଆ, ଧାନ ବିଲ ଓ ପାଣି ରହିଥିବା ଖୋଲା ଜମି ନିକଟରେ ଏହି ତୁଷାରପାତ ହୋଇଛି। କୌଣସି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଏହି ତୁଷାରପାତ ହୋଇ ନ ଥିବା ଜଣାପଡିଛି। ତାପମାତ୍ରା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଥିବାବେଳେ ଦକ୍ଷିଣ ପବନ ବୋହୁଥିବାରୁ ଏହି ତୁଷାରପାତ ହେଉଥିବା ବିଜ୍ଞାନ ଶିକ୍ଷକ ତଥା କିରିକୁଟି ସିଆରସିସି ରାକେଶ କୁମାର ସାହୁ ମତ ପ୍ରକାଶ କରିଛନ୍ତି ଏହି ଶୀତ ସମୟରେ ସମସ୍ତେ ନିଜ ସୱାସ୍ଥ୍ୟପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଶୀତର ମଜା ନେବାକୁ ଦାରିଙ୍ଗବାଡି ର ଇକୋ ରିଟ୍ରିଟ ସମେତ ବିଭିନ୍ନ ହୋଟେଲ, ଲଡଜ ଗୁଡିକରେ ପର୍ଯ୍ୟଟକ ରାତ୍ରିଯାପନ କରି ପ୍ରାତଃ ଭ୍ରମଣ କରି ମଜା ନେଉଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri