ପୁଣି ବଢିଲା ଶୀତ: ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ବୁଧବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି। ପୂର୍ବରୁ ୧୨ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ବୁଧବାର ୧୦ ଡିଗ୍ରୀକୁ ତାପମାତ୍ରା ଖସିଆସିଛି ବୋଲି ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ପୁଣି ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।

ଉକ୍ତ ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳ ଭ୍ରମରବାଡ଼ି, ସିଆଙ୍ଗବାଲି, ପର୍ତ୍ତମାହା, ଦାନେକବାଡ଼ି, ସୋନପୁର, ସିରକାବର୍ଗ, ତାଯୁଙ୍ଗିଆ, କାଟିଙ୍ଗିଆ, ହାତୀମୁଣ୍ଡା, କୁମ୍ଭାରୀଗାଁ, ଝିଞ୍ଜିରୀଗୁଡା, ଗଦାପୁର, ଗୁମିକିଆ, ବୁଡ଼ାଗୁଡା, ବାଡାବାଙ୍ଗା, କିରିକୁଟି, ତିଲୋରୀ, ଦାସିଙ୍ଗବାଡି ଆଦି ପଞ୍ଚାୟତର ଦୁର୍ଗମ ଗ୍ରାମ ଗୁଡିକରେ ପ୍ରବଳରୁ ଅତି ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଇଛି। ସବୁଠି ଲୋକ ମାନେ ନିଆଁ ଲଗାଇ ବସୁଥିବା ଦେଖିବାକୁ ମିଳିଛି। ଶୀତର ମଜା ନେବାକୁ ଦାରିଙ୍ଗବାଡିର ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ଗୁଡିକରେ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି ଡୁଲୁରୀ ପାଇନ ବଣରେ ଭୋଜି କରି ସାଙ୍ଗସାଥି, ପରିବାର, ବନ୍ଧୁ ବର୍ଗ ସହ ପର୍ଯ୍ୟଟକ ମଜା ନେଉଛନ୍ତି। ସେହିପରି କଫି ବଗିଚା, ହିଲଭିୟୁ ପାର୍କ, ମିଡିୟୁାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ, କିଶୁବାଡ଼ି ଜଳପ୍ରପାତ, ସାଇଲେଣ୍ଟ ଭ୍ୟାଲି ସମେତ ସମସ୍ତ ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri