ପୁଣି ବଢିଲା ଶୀତ: ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ବୁଧବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି। ପୂର୍ବରୁ ୧୨ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ବୁଧବାର ୧୦ ଡିଗ୍ରୀକୁ ତାପମାତ୍ରା ଖସିଆସିଛି ବୋଲି ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ପୁଣି ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।

ଉକ୍ତ ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳ ଭ୍ରମରବାଡ଼ି, ସିଆଙ୍ଗବାଲି, ପର୍ତ୍ତମାହା, ଦାନେକବାଡ଼ି, ସୋନପୁର, ସିରକାବର୍ଗ, ତାଯୁଙ୍ଗିଆ, କାଟିଙ୍ଗିଆ, ହାତୀମୁଣ୍ଡା, କୁମ୍ଭାରୀଗାଁ, ଝିଞ୍ଜିରୀଗୁଡା, ଗଦାପୁର, ଗୁମିକିଆ, ବୁଡ଼ାଗୁଡା, ବାଡାବାଙ୍ଗା, କିରିକୁଟି, ତିଲୋରୀ, ଦାସିଙ୍ଗବାଡି ଆଦି ପଞ୍ଚାୟତର ଦୁର୍ଗମ ଗ୍ରାମ ଗୁଡିକରେ ପ୍ରବଳରୁ ଅତି ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଇଛି। ସବୁଠି ଲୋକ ମାନେ ନିଆଁ ଲଗାଇ ବସୁଥିବା ଦେଖିବାକୁ ମିଳିଛି। ଶୀତର ମଜା ନେବାକୁ ଦାରିଙ୍ଗବାଡିର ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ଗୁଡିକରେ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି ଡୁଲୁରୀ ପାଇନ ବଣରେ ଭୋଜି କରି ସାଙ୍ଗସାଥି, ପରିବାର, ବନ୍ଧୁ ବର୍ଗ ସହ ପର୍ଯ୍ୟଟକ ମଜା ନେଉଛନ୍ତି। ସେହିପରି କଫି ବଗିଚା, ହିଲଭିୟୁ ପାର୍କ, ମିଡିୟୁାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ, କିଶୁବାଡ଼ି ଜଳପ୍ରପାତ, ସାଇଲେଣ୍ଟ ଭ୍ୟାଲି ସମେତ ସମସ୍ତ ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri