ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ମଙ୍ଗଳବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି । ପୁଣି ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ସେହିପରି ଘନ କୁହୁଡି ଅଚ୍ଛାଦିତ ଯୋଗୁ ଗାଡି ମୋଟର ଯାତାୟାତରେ ବାଧା ସୃଷ୍ଟି ହୋଉଛି। ଉକ୍ତ ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳ ଭ୍ରମରବାଡ଼ି, ସିଆଙ୍ଗବାଲି, ପର୍ତ୍ତମାହା, ଦାନେକବାଡ଼ି, ସୋନପୁର, ସିରକାବର୍ଗ, ତାଯୁଙ୍ଗିଆ, କାଟିଙ୍ଗିଆ, ହାତୀମୁଣ୍ଡା, କୁମ୍ଭାରୀଗାଁ, ଝିଞ୍ଜିରୀଗୁଡା, ଗଦାପୁର, ଗୁମିକିଆ, ବୁଡ଼ାଗୁଡା, ବାଡାବାଙ୍ଗା, କିରିକୁଟି, ତିଲୋରୀ, ଦାସିଙ୍ଗବାଡି ଆଦି ପଞ୍ଚାୟତର ଦୁର୍ଗମ ଗ୍ରାମ ଗୁଡିକରେ ପ୍ରବଳ ରୁ ଅତି ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଇଛ। ସବୁଠି ଲୋକ ମାନେ ନିଆଁ ଲଗାଇ ବସୁଥିବା ଦେଖିବାକୁ ମିଳିଛି। ଶୀତର ମଜା ନେବାକୁ ଦାରିଙ୍ଗବାଡିର ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ଗୁଡିକରେ ଭିଡ଼ ଦେଖିବାକୁ ମିଳିିଛି। ବିଶେଷ କରି ଡୁଲୁରୀ ପାଇନ ବଣ ରେ ଭୋଜି କରି ସାଙ୍ଗସାଥି, ପରିବାର, ବନ୍ଧୁ ବର୍ଗ ସହ ପର୍ଯ୍ୟଟକ ମଜା ନେଉଛନ୍ତି। ସେହିପରି କଫି ବଗିଚା, ହିଲଭିୟୁ ପାର୍କ, ମିଡିୟୁାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ, କିଶୁବାଡ଼ି ଜଳପ୍ରପାତ, ସାଇଲେଣ୍ଟ ଭ୍ୟାଲି ସମେତ ସମସ୍ତ ପର୍ଯ୍ୟଟନକ୍ଷେତ୍ର ରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଖବର ଲେଖିବା ସୁଦ୍ଧା କୁହୁଡିର ପ୍ରଭାବ ଦେଖିବାକୁ ମିଳିଛି କୁହୁଡି ଯୋଗୁ ଶୀତର ପ୍ରକୋପ ଦ୍ବିଗୁଣିତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri