ବଢୁଛି ଶୀତ, ୧୫ ଡିଗ୍ରୀ ତଳେ ୮ ସହର

ଭୁବନେଶ୍ୱର,୧୦ା୧୧(ବନ୍ଦନା ସେଠୀ):ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭ ଡିଗ୍ରୀ, ଫୁଲବାଣୀ ୧୨ଡିଗ୍ରୀ, ରାଉରକେଲା ୧୩.୨ଡିଗ୍ରୀ, ଭଦ୍ରକ ୧୪ଡିଗ୍ରୀ ଏବଂ କୋରାପୁଟ, କେନ୍ଦୁଝରଗଡ଼ ଓ ଅନୁଗୋଳରେ ୧୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ରାଜଧାନୀରେ ସର୍ବାଧିକ ତାପମାତ୍ରା ୩୨ ଡିଗ୍ରୀ ଓ ସର୍ବନିମ୍ନ ୧୭ଡିଗ୍ରୀ ରହିବ ବୋଲି ଆକଳନ କରାଯାଇଛି। ଅପରପକ୍ଷେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡିକର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ହ୍ରାସ ପାଇଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡ଼ିଶାର ଜିଲାଗୁଡିକର କିଛି ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି। ଅପରପକ୍ଷେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସାଧାରଣ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ କମିବାର ସମ୍ଭାବନା ରହିଛି। ତେବେ ୧୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପାଗ ଶୁଖିଲା ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri