ଆଜିଠୁ ଶୀତ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିଜେଡି ପ୍ରସ୍ତୁତ, ନବୀନ କଲେ ରଣନୀତି

ଭୁବନେଶ୍ୱର, ୨୭।୧୧(ସୁନିତ୍‌ ମିଶ୍ର): ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଶାସକ ଭାଜପାକୁ ଘେରିବା ଲାଗି ବିଜେଡି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୁଧବାର ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକ ପ୍ରାୟ ୨୦ ମିନିଟ୍‌ ପାଇଁ ଚାଲିଥିବା ବେଳେ ଏଥିରେ କେଉଁ ପ୍ରସଙ୍ଗରେ ଶାସକ ଦଳକୁ ଘେରିହେବ ସେନେଇ ରଣନୀତି ପ୍ରସ୍ତୁତ କରାଯାଇଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ପ୍ରସଙ୍ଗ ଗୃହରେ ଉଠାଇବା ଲାଗି ସ୍ଥିର ହୋଇଛି। ଏହି ଅବସରରେ ନବୀନ ବିଧାୟକମାନଙ୍କୁ କହିଛନ୍ତି, ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନସଭାରେ ସ୍ବର ଉଠାଯିବ। ଆଇନଶୃଙ୍ଖଳା, ନାରୀ ନିର୍ଯାତନା, ସାମ୍ପ୍ରଦାୟିକ ଉତ୍ତେଜନା, ଚାଷୀଙ୍କ ସମସ୍ୟା, ନିଯୁକ୍ତି ସ୍କାମ୍‌ ଆଦି ବିଭିନ୍ନ ବିଷୟରେ ସରକାରଙ୍କଠାରୁ ଉତ୍ତର ମଗାଯିବ।
ସେ ଆହୁରି କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଛି। ମହିଳାମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ କେନ୍ଦୁଝର ସଦରଠାରୁ ଆରମ୍ଭକରି ଖୋର୍ଦ୍ଧା, ବାଘମାରୀ ଓ କଟକ ଏସ୍‌ସିବି ମେଡିକାଲ କଲେଜରେ ନିକଟରେ ଘଟିଯାଇଥିବା ନାରୀ ନିର୍ଯାତନା ଅତ୍ୟନ୍ତ ପୀଡ଼ାଦାୟକ। ଏଭଳି ସମ୍ବେଦନଶୀଳ ଘଟଣା ସରକାରଙ୍କ ଅପାରଗତାକୁ ପଦାରେ ପକାଇଛି। ସେହିପରି ଶାନ୍ତି ଓ ସଦ୍ଭାବ ପାଇଁ ସୁନାମ ଥିବା ଓଡ଼ିଶାରେ ସାମ୍ପ୍ରଦାୟିକ ଉତ୍ତେଜନା ବଢ଼ି ଚାଲିଥିବା ବେଦନାଦାୟକ। ଗତ ୧୮ ମାସରେ ରାଜ୍ୟରେ ବିଭିନ୍ନ ସ୍ଥିତିରେ ଅବନତି ଘଟିଛି। ନିକଟରେ କଟକ ସହରରେ ଦୁର୍ଗାପୂଜା ସମୟରେ ଘଟିଯାଇଥିବା ଦଙ୍ଗା ଓଡ଼ିଶାର ମୁଣ୍ଡ ତଳକୁ କରିଦେଇଛି। ରାଜ୍ୟରେ ଚାଷୀ ଓ ମହିଳାମାନେ ସବୁଠାରୁ ଅଧିକ ଦୁଃଖରେ ଅଛନ୍ତି। ସରକାର ନା ଚାଷୀଙ୍କୁ ଠିକ୍‌ ସମୟରେ ସାର ଯୋଗାଇ ପାରୁଛନ୍ତି, ନା ମିଶନ ଶକ୍ତି ମା’ ମାନଙ୍କୁ ଋଣ ସହାୟତା ଦେଇପାରୁଛନ୍ତି। ଚାଷୀ ଓ ମିଶନ ଶକ୍ତି ମା’ ମାନଙ୍କ ପ୍ରତି ସରକାରଙ୍କର ଉଦାସୀନତାର ଦୃଢ଼ ବିରୋଧ କରାଯିବ। କ୍ଷମତାକୁ ଆସିବା ପରେ ଭାଜପା ସରକାର ଏ ପର୍ଯ୍ୟନ୍ତ ଗୋଟିଏ ବି ନିଯୁକ୍ତି ପରୀକ୍ଷା ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରିପାରିନାହାନ୍ତି। ଏହା ଯୁବବର୍ଗଙ୍କ ମଧ୍ୟରେ ହତାଶା ଭାବ ସୃଷ୍ଟି କରିଛି। ତେଣୁ ଜନସାଧାରଣ ସମ୍ମୁଖୀନ ହେଉଥିବା ଏହି ସବୁ ପ୍ରସଙ୍ଗରେ ସରକାରଙ୍କୁ ଉତ୍ତରଦାୟୀ ହେବାକୁ ପଡ଼ିବ। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହ ନେଇ ଦେଖାଦେଇଥିବା ସମସ୍ୟା ବିଷୟ ଉଠାଇଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ବିଭିନ୍ନ ଆଳରେ ଗରିବ ଲୋକଙ୍କ ରାଶନ କାର୍ଡ କାଟିବା ପାଇଁ ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ବିରୋଧୀ ଦଳ ନେତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଗୃହରେ ବିରୋଧୀ ଦଳର ରଣନୀତି ଉପରେ ଆଲୋକପାତ କରିବା ସହ ଗୁରୁବାର ହେବାକୁ ଥିବା ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ସମ୍ପର୍କରେ ସଭ୍ୟମାନଙ୍କୁ ଅବଗତ କରିଛନ୍ତି। ଏହି ଅବସରରେ ନବୀନ ସମସ୍ତ ସଦସ୍ୟଙ୍କୁ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସମୟରେ ଗୃହରେ ଉପସ୍ଥିତ ରହିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri