ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର,୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିଛି। ତେବେ ଅଧିବେଶନର ପ୍ରଥମ ଦିନରେ ଶୋକ ପ୍ରସ୍ତାବ ଆଗତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ। ପରେ ପ୍ରାୟ ଅଧଘଣ୍ଟା ଧରି ଶୂନ୍ୟକାଳ ମାଧ୍ୟମରେ ବିଧାୟକମାନେ ନିଜ ଅଞ୍ଚଳର ସମସ୍ୟା ସମ୍ପର୍କରେ କହିବେ। ଯଦି ଗୃହ ଠିକ୍‌ ଭାବେ ଚାଲେ ତେବେ ଏହାପରେ ଆଡ୍‌ଜର୍ନମେଣ୍ଟ ମୋଶନ ଆଗତ ହେବ। ବିଧାନସଭାର ଦ୍ୱିତୀୟାର୍ଦ୍ଧରେ ଜିଏସ୍‌ଟି ଅଧ୍ୟାଦେଶ ଉପସ୍ଥାପିତ ହେବ। ଏହାପରେ ରାଜ୍ୟପାଳଙ୍କ ଦ୍ୱାରା ଅନୁମୋଦିତ ହୋଇଥିବା ସମସ୍ତ ବିଲ୍‌ ବିଧାନସଭା ସଚିବ ଗୃହରେ ଉପସ୍ଥାପିତ କରିବେ। ଏହା ସରିବା ପରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରୀ ତାଲିକା ଉପସ୍ଥାପନ କରିବେ।
ସୂଚନାଯୋଗ୍ୟ ଯେ, ଗୃହ କାର୍ଯ୍ୟ ସୁରୁଖୁରୁରେ ଚଲାଇବା ଲାଗି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ପ୍ରମୁଖ ଯୋଗଦେଇଛନ୍ତି। ଗୃହ କାର୍ଯ୍ୟ କିପରି ସୁରୁଖୁରୁରେ ଚାଲିବ ସେନେଇ ବାଚସ୍ପତି ସବୁ ଦଳର ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri