କାଲିଠୁ ଶୀତକାଳୀନ ଅଧିବେଶନ: ପ୍ରଥମ ଦିନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି; କଡ଼ାକଡ଼ି ହେଲା…

ଭୁବନେଶ୍ୱର,୨୬ା୧୧(ତ୍ରିନାଥ ମହାନ୍ତି): ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥର ବିଧାନସଭା ଅଧିବେଶନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣୁ ବ୍ଲୁ-ବୁକ୍‌ ଗାଇଡ୍‌ଲାଇନ୍‌ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂଙ୍କ ସହ ଅତିରିକ୍ତ ସିପି ନରସିଂହ ଭୋଳ ଓ ଡିସିପି ଜଗମୋହନ ମୀନା ବିଧାନସଭା ପରିସର ଏବଂ ଚାରିପଟେ ବୁଲି ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି।

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍‌ ସ୍କ୍ବାଡ୍‌ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ୱରେ ରହିବେ। ଡିସିପି ସୁରକ୍ଷା ତଦାରଖ ଦାୟିତ୍ୱରେ ଥିବାବେଳେ ତାଙ୍କ ଅଧୀନରେ ୭ଜଣ ଅତିରିକ୍ତ ଡିସିପି, ୨୩ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସ୍‌ଆଇ ଓ ଏଏସ୍‌ଆଇ ଦାୟିତ୍ୱରେ ରହିବେ। ଏଥିସହ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜାଯାଇଛି। ସିସିଟିଭି ସର୍ଭିଲାନ୍ସରେ ବିଧାନସଭା ଓ ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ। ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଥିବାବେଳେ ୨୨୫ ଅଧିକାରୀ ସ୍ଥିତି ଉପରେ ନଜର ରଖିବେ। ଇତିମଧ୍ୟରେ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି କରାଯିବ।

ବିକ୍ଷୋଭକାରୀମାନେ ଯେପରି ବିଧାନସଭା ଆଡ଼କୁ ଯାଇ ନ ପାରନ୍ତି, ସେଥିପାଇଁ ପୋଲିସ ଜଗି ରହିଛି। ଏଥିସହ ସାଦା ପୋଷାକଧାରୀ ପୋଲିସ, ଗୋଇନ୍ଦା ପୋଲିସ ବିଧାନସଭା ଆଖପାଖ ଓ ଗାନ୍ଧୀ ମାର୍ଗରେ ପଇଁତରା ମାରିବେ। ସନ୍ଦିଗ୍ଧ ବ୍ୟକ୍ତି ଏବଂ ସନ୍ଦେହଜନକ ପଦାର୍ଥ ଦେଖିଲେ ତୁରନ୍ତ ଜଣାଇବାକୁ କୁହାଯାଇଛି। ବିଗତ ଦିନରେ ଅନେକ ବ୍ୟକ୍ତି ନ୍ୟାୟ ନ ପାଇ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ନଜିର ରହିଛି। ତେଣୁ ପୋଲିସ ଏହା ଉପରେ ମଧ୍ୟ ନଜର ରଖିଛି। କେହି ତୈଳଜାତୀୟ ପଦାର୍ଥ ନେଇ ଯାଉଥିଲେ ତୁରନ୍ତ ଅଟକାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri