Posted inଜାତୀୟ

୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ ଅଧିବେଶନ ହେବ। ଏହି ଅଧିବେଶନ ପୁରୁଣା ସଂସଦର ସେଣ୍ଟ୍ରାଲ ହଲରେ ଅନୁଷ୍ଠିତ ହେବ। ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମ ଆୟୋଜିତ ହେବ। ସଂସଦର ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି।

ପାରମ୍ପରିକ ଢଙ୍ଗରେ ରାଷ୍ଟ୍ରପତିଙ୍କ ସମ୍ବୋଧନ ସହିତ ଅଧିବେଶନ ଆରମ୍ଭ ହେବ। ଏହା ବ୍ୟତୀତ ଶୀତକାଳୀନ ଅଧିବେଶନରେ ସଂସଦର ଉଭୟ ଗୃହରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ ଉପରେ ବିଚାର କରାଯାଇପାରେ। ଖବର ଅନୁଯାୟୀ, ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ପ୍ରସଙ୍ଗରେ ସରକାର ଆଲୋଚନା ହୋଇପାରେ। ସରକାର ଏବଂ ଲୋକ ସଭା ବାଚସ୍ପତି ମଧ୍ୟ ସଂସଦର ଅଧିବେଶନ ପୂର୍ବରୁ ଏକ ସର୍ବଦଳୀୟ ବୈଠକ କରି ପାରନ୍ତି।

ସଂସଦର ଶୀତକାଳୀନ ଅଧିବେଶନରେ ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ଏବଂ ୱାକଫ ଆକ୍ଟରେ ସଂଶୋଧନ ପାଇଁ ଉପସ୍ଥାପିତ ହୋଇଥିବା ବିଲ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ବିରୋଧୀଙ୍କ ଆକ୍ରମଣାତ୍ମକ ମନୋଭାବକୁ ବିଚାରକୁ ନେଇ ଆଗାମୀ ଶୀତ ଅଧିବେଶନ ଅଶାନ୍ତ ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ ଯେ, ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ବର୍ତ୍ତମାନ ଶୀତ ଅଧିବେଶନରେ ବିଲ ପାସ କରିବା ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri