୨୬ ପରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୫ା୧୧(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ପରେ ଆରମ୍ଭ କରିବାକୁ ଆପାତତଃ ସ୍ଥିର ହୋଇଛି। ଅଧିବେଶନ କାଳରେ ବିଭିନ୍ନ ବିଭାଗ ପକ୍ଷରୁ ଆସିଥିବା ଅତିରିକ୍ତ(ସପ୍ଲିମେଣ୍ଟାରୀ) ବଜେଟ ପ୍ରସ୍ତାବ ଆଗତ କରାଯିବା ସହିତ ଖର୍ଚ୍ଚଦାବି ଆଲୋଚନା ହେବ। ପ୍ରାୟ ମାସେ ଧରି ଶୀତ ଅଧିବେଶନ ଚାଲିବ ବୋଲି ଅର୍ଥ ବିଭାଗ ପ୍ରସ୍ତୁତିରୁୁ ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଖୁବ୍‌ଶୀଘ୍ର ବିଧାନସଭା ପକ୍ଷରୁ ଉକ୍ତ ଅଧିବେଶନର କାର୍ଯ୍ୟସୂଚୀ ଜାରି ହେବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଏହି ଅଧିବେଶନରେ ଅଧିକାଂଶ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କ ଭିଜନ-୨୦୩୬କୁ ଦୃଷ୍ଟିରେ ରଖି ନୂତନ ଯୋଜନା ପ୍ରସ୍ତୁତ କରାଯାଉଛି। ସେଥି ମଧ୍ୟରେ ମହିଳା, କୃଷକ, ଯୁବବର୍ଗ ଏବଂ ଆଇଟି ଆଦି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଉଛି। ତେବେ କେତେକ ବିଭାଗରେ ୨୦୨୫-୨୬ ଆର୍ଥିକବର୍ଷର ବଜେଟ ଖର୍ଚ୍ଚ ଏପର୍ଯ୍ୟନ୍ତ ଆଶାନୁରୂପ ହୋଇନାହିଁ। ତେଣୁ ବିଭାଗଗୁଡ଼ିକର ପ୍ରସ୍ତାବକୁ ଅର୍ଥ ବିଭାଗ ପକ୍ଷରୁ କାଣ୍ଟଛାଣ୍ଟ କରାଯାଉଛି। ଆସନ୍ତା ସପ୍ତାହରେ ଅର୍ଥ ବିଭାଗ ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ବଜେଟ ସଂକ୍ରାନ୍ତୀୟ ପ୍ରସ୍ତାବ ଉପରେ ତର୍ଜମା କରାଯିବ। ଏହା ପରେ ଉନ୍ନୟନ ଆୟୁକ୍ତ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପୁନର୍ବାର ଯାଞ୍ଚ କରାଯିବ। ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ମନ୍ତ୍ରୀ ପରିଷଦ ବୈଠକରେ ଏହାକୁ ଅନୁମୋଦନ ଦିଆଯିବ।
ସୂଚନାଯୋଗ୍ୟ, ଚଳିତବର୍ଷ ରାଜ୍ୟ ସରକାର ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ୨ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଥିଲେ। ଯାହାକି ଗତ ଆର୍ଥିକବର୍ଷ (୨୦୨୪-୨୫) ତୁଳନାରେ ପ୍ରାୟ ୧୫ହଜାର କୋଟି ଟଙ୍କା ଅଧିକ ରହିଥିଲା। ଉକ୍ତ ବର୍ଷ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଥିଲା। ୨୦୨୫-୨୬ରେ ସରକାର କରିଥିବା ୨ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ ମଧ୍ୟରେ ପ୍ରଶାସନିକ ଖର୍ଚ୍ଚ ୧ଲକ୍ଷ ୮ହଜାର କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବାବଦକୁ ୧ଲକ୍ଷ ୭୦ହଜାର କୋଟି ଟଙ୍କା ରହିଥିଲା। ଏହା ସହିତ ବିପର୍ଯ୍ୟୟ ମୁକାବିଲା ଲାଗି ୪ହଜାର କୋଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ଲାଗି ୮ହଜାର କୋଟି ଟଙ୍କାର ବଜେଟ ଅଟକଳ କରାଯାଇଥିଲା। ତେବେ ଏଥିମଧ୍ୟରୁ ଅଗଷ୍ଟ ସୁଦ୍ଧା ପ୍ରାୟ ୬୪ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ସେଥି ମଧ୍ୟରେ ସର୍ବାଧିକ ଅର୍ଥ ବିଭାଗ ୧୪,୫୨୪କୋଟି ଖର୍ଚ୍ଚ କରିଥିବାବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ୯, ୮୨୬.୭୮କୋଟି, ସ୍ବାସ୍ଥ୍ୟ ବିଭାଗ ୬,୨୨୯କୋଟି, କୃଷି ବିଭାଗ ୫୦୯୫କୋଟି ଟଙ୍କା ଖର୍ଚ୍ଚ କରିଥିଲେ। ଏହାବାଦ୍‌ ଅନ୍ୟ ସମସ୍ତ ବିଭାଗର ବଜେଟ ଧାର୍ଯ୍ୟ ଖର୍ଚ୍ଚ ତୁଳନାରେ କମ୍‌ ଥିବା ପରିଲକ୍ଷିତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri