Posted inଜାତୀୟ

ଆଜିଠୁ ଶୀତ ଅଧିବେଶନ

ନୂଆଦିଲ୍ଲୀ,୭ା୧୨: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ୧୬ଟି ବିଲ୍‌ ପାରିତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ଅଧିବେଶନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପାର୍ଲାମେଣ୍ଟର ଲାଇବ୍ରେରୀ ହଲ୍‌ଠାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ, କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ, ଟିଏମ୍‌ସି ଏମ୍‌ପି ଡେରିକ୍‌ ଓ’ ବ୍ରାଏନ, ଡିଏମ୍‌କେ ଏମ୍‌ପି ଟି.ଆର ବାଲୁ ଏବଂ ଶିରୋମଣି ଅକାଳୀ ଦଳ(ଏସ୍‌ଏଡି)ର ହର୍ଷମିତ କୌର ବାଦଲ ପ୍ରମୁଖ ଯୋଗ ଦେଇଥିଲେ। ବୈଠକରେ ବିରୋଧୀ ଦଳଗୁଡ଼ିକ ଦରଦାମ ବୃଦ୍ଧି, ବେରୋଜଗାର, ଭାରତ-ଚାଇନା ସୀମା ବିବାଦ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ। ବର୍ତ୍ତମାନ ସ୍ଥିତିରେ ଦେଶରେ ଦରଦାମ
ବୃଦ୍ଧିଠୁ ଆରମ୍ଭ କରି ବେରୋଜଗାର ଆଦି ବହୁ ପ୍ରସଙ୍ଗ ରହିଛି। ସେଗୁଡ଼ିକ ଉପରେ କେନ୍ଦ୍ର ସରକାର ସାଧାରଣ ଜନତାଙ୍କୁ ଉତ୍ତର ଦେବାର ଆବଶ୍ୟକତା ରହିଛି ବୋଲି କଂଗ୍ରେସ ନେତା ଚୌଧୁରୀ କହିଛନ୍ତି।
ଏପରି କି କେନ୍ଦ୍ର ସରକାର ଭାରତ- ଚାଇନା ସୀମା ବିବାଦକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ସମ୍ପର୍କରେ ଗୃହରେ କୌଣସି ଠିକ୍‌ ତଥ୍ୟ ଉପସ୍ଥାପନ କରୁନାହାନ୍ତି। ତେଣୁ ଗୃହରେ ଏହି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯିବା ସହ କଶ୍ମୀର ପଣ୍ଡିତଙ୍କୁ ହତ୍ୟା ସମ୍ପର୍କରେ ଆଲୋଚନା କରିବାକୁ କଂଗ୍ରେସ ଦାବି କରିଛି। ସେହିପରି କଂଗ୍ରେସ ଏମ୍‌ପି ନସିର ହୁସେନ ଗୋଟିଏ ଦିନରେ ନିର୍ବାଚନ କମିଶନଙ୍କ ନିଯୁକ୍ତି ଏବଂ ଆର୍ଥିକ ଅନଗ୍ରସର ବର୍ଗ କୋଟା ସମ୍ପର୍କରେ ଆଲୋଚନା କରିବାକୁ ଦାବି କରିଥିଲେ। ଟିଏମ୍‌ସି ନେତା ସୁଦୀପ ବନ୍ଦୋପାଧ୍ୟାୟ ଏବଂ ତାଙ୍କ ଦଳର ଅନ୍ୟ ସଦସ୍ୟ, ଏବଂ ରାଜ୍ୟ ସଭା ସଦସ୍ୟ ଓ’ ବ୍ରିଏନ୍‌ ଦରଦାମ ବୃଦ୍ଧି, ବେରୋଜଗାର, ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ଏବଂ ରାଜ୍ୟଗୁଡ଼ିକରେ ହେଉଥିବା ଅର୍ଥନୈତିକ ଅବରୋଧ ସମ୍ପର୍କରେ ଆଲୋଚନା କରିବାକୁ ବିରୋଧୀଙ୍କୁ ସୁଯୋଗ ଦେବାକୁ କହିଥିଲେ। ଦେଶରେ ଦେଖାଦେଇଥିବା ଆର୍ଥିକ ସଙ୍କଟ ଉପରେ ଗୃହରେ ଆଲୋଚନା କରିବାକୁ ଜୟରାମ ରମେଶ ଦାବି କରିଛନ୍ତି। ଗତ ୨୨ମାସ ଧରି ଭାରତ ଓ ଚାଇନା ମଧ୍ୟରେ ସୀମାକୁ ବିବାଦ ଲାଗି ରହିଥିବାବେଳେ କେନ୍ଦ୍ର ସରକାର ଗୃହରେ ଏ ପ୍ରସଙ୍ଗରେ ଆଲୋଚନା କରିବାକୁ ଚାହୁଁ ନାହାନ୍ତି। ଚଳିତ ଅଧିବେଶନରେ ଭାରତ-ଚାଇନା ସୀମା ବିବାଦ ପ୍ରସଙ୍ଗ କଂଗ୍ରେସ ଉଠାଇବ ବୋଲି ରମେଶ କହିଛନ୍ତି। ଶୀତ ଅଧିବେଶନ ଆରମ୍ଭ ହେବାର ଦିନକ ପରେ ଗୁଜରାଟ ଏବଂ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଏହାର ଫଳାଫଳ ଉପରେ ବିଭିନ୍ନ ଆଲୋଚନା ନିର୍ଭର କରିପାରେ ବୋଲି କୁହାଯାଉଛି। ଏହି ଶୀତ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୭ଟି କାର୍ଯ୍ୟ ଦିବସ ରହିଛି। ଏହି ଅଧିବେଶନ ପାର୍ଲାମେଣ୍ଟର ପୁରୁଣା ହଲ୍‌ରେ ଶେଷ ଅଧିବେଶନ ହୋଇପାରେ, କାରଣ ଆସନ୍ତା ବଜେଟ ଅଧିବେଶନ ସଂସଦର ନୂଆ ବିଲ୍‌ଡିଂରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri