ପାରଦ ତଳମୁହାଁ: ଦୁଇଦିନ ପରେ ବଢ଼ିବ ଶୀତ, ଥରିବ ଓଡ଼ିଶା

ଭୁବନେଶ୍ୱର, ୭ା୧୧ (ବନ୍ଦନା ସେଠୀ): ରାଜ୍ୟରେ ଧିରେ ଧିରେ ପାରଦ ତଳମୁହାଁ ହେଉଥିବାବେଳେ ଶୀତ ଅନୁଭୂତ ହେବାରେ ଲାଗିଛି। ଆଉ ୨ଦିନ ପରେ ଶୀତ ଆହୁରି ବଢିବ। ଆଗାମୀ ୪୮ଘଣ୍ଟା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସହ ଅଧିକ ଶୀତ ଅନୁଭୂତ ହେବ ବୋଲି ଗୁରୁବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ରାଜ୍ୟର ଆଭ୍ୟନ୍ତରୀଣ ଓ ପାହାଡିଆ ଅଞ୍ଚଳରେ ଶୀତର ମାତ୍ରା ବଢ଼ିବା ଆରମ୍ଭ ହୋଇଛି। ଉତ୍ତରା ବାୟୁ ସହିତ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ହ୍ରାସ ଯୋଗୁ ଆସନ୍ତା ୯ ତାରିଖ ବେଳକୁ ପାହାଡିଆ ଅଞ୍ଚଳର କିଛି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ। ଭୁବନେଶ୍ୱର ଓ କଟକ ସହରରେ ମଧ୍ୟ ଆଗାମୀ ୭୨ ଘଣ୍ଟାରେ ୧୬ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବା ସମ୍ଭାବନା ରହିଛି। ତେବେ ପୂର୍ବବର୍ଷ ଅପେକ୍ଷା ଚଳିତ ନଭେମ୍ବରରେ ସ୍ବଳ୍ପ ଶୀତ ଅନୁଭବ ହେବ। ଗୁରୁବାର ଉପକୂଳ ଓ ଉତ୍ତର ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହିଛି। ପାରଳାଖେମୁଣ୍ଡିଠାରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ରହିଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରହିଥିଲା। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼ ଏବଂ କଳାହାଣ୍ଡି ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କୁହୁଡି ପଡିଛି।
ଅପରପକ୍ଷେ ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ପାଗ ଶୁଖିଲା ରହିବ। ମାତ୍ର ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri