ଶୀତ ଲହରି ଜାରି: ୫ ଯାଏ ଝିପି ଝିପି ବର୍ଷା

ଭୁବନେଶ୍ୱର,୩ା୧୨(ଅନୁରାଧା ମହାରଣା):ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି ଜିଲାରେ ଝିପିଝିପି ବର୍ଷା ହୋଇଛି। ଅନ୍ୟପଟେ କଳାହାଣ୍ଡି ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଜ୍ଞାନୀ ଡ. ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନାନୁସାରେ, ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନ ସହ କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନବରଙ୍ଗପୁର ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୪ ଓ ୫ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଜପତି, ନବରଙ୍ଗବୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବା ଡ. ଦ୍ୱିବେଦୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri