ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ବଲାଙ୍ଗୀର ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଶୀତ ଲହରି ପ୍ରବାହିତ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଏହି ସମୟରେ ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନୟାଗଡ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ ଏବଂ ବରଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଫେବୃୟାରୀ ୨ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଡଭଙ୍ଗା ଶୀତ ହେବ। ଏ ନେଇ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ସେହିପରି ସୋନପୁର, ବୌଦ୍ଧ, ନୂଆପଡା, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ ଏବଂ ବୌଦ୍ଧ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଶୀତ ଲହରୀ ପ୍ରବାହିତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ସେହିପରି ଫେବୃୟାରୀ ୩ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଦେବଗଡ, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ବୌଦ୍ଧ ଜିଲାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୪ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ଦେବଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଶୀତ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ରାଜ୍ୟର ୯ଟି ସହର ପାରଦ ୧୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ୭.୫, ବାରିପଦା ୯.୬, କେନ୍ଦୁଝର ୮.୪, ସୁନ୍ଦରଗଡ ୯, ବଲାଙ୍ଗୀର ୭.୮, ସୋନପୁର ୮.୬, ଦାରିଙ୍ଗବାଡି ୯, ବୌଦ୍ଧରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସି ଯାଇଛି।
ପ୍ରବଳ ଥଣ୍ଡା ସମ୍ଭାବନା ଥିବାରୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି। ବାସହୀନ ଲୋକମାନଙ୍କୁ ସ୍କୁଲ, କଲେଜ, ଗୋଷ୍ଠୀ କେନ୍ଦ୍ର ଆଦିରେ ରହିବା ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri