Posted inରାଜ୍ୟ

ଆଗକୁ ଆହୁରି ବଢିବ ଶୀତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା ପବନ ଯୋଗୁ ଗାଁଠୁ ସହର ସବୁଠି ଜୀବନଯାତ୍ରା ପ୍ରଭାବିତ ହେଉଛି। କେତେକ ଜିଲାରେ ଅଧିକ ଥଣ୍ଡା ଅନୁଭୂତ ହେଉଥିବାରୁ ରାତି ୭ଟା ପରେ ରାସ୍ତା ଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଆଗକୁ ସ୍ଥିତି ଆହୁରି ଅସମ୍ଭାଳ ହେବାର ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)। ରବିବାର ଏନେଇ ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି।
ରବିବାର ୧୦ ଡିଗ୍ରୀ ତଳେ ୯ଟି ସହର ରହିଥିଲା। ଫୁଲବାଣୀରେ ସର୍ବନିମ୍ନ ୫.୫ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ା ୭.୪, ବାରିପଦା ୮.୫, ଅନୁଗୋଳ ଓ କୋରାପୁଟ ୮.୬, ଦାରିଙ୍ଗବାଡ଼ି ୯.୦, ଭବାନିପାଟଣା ୯.୨, ବଲାଙ୍ଗୀର ୯.୪ ଓ କେନ୍ଦୁଝରଗଡ଼ରେ ୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ଆଗକୁ ଆହୁରି ପାରଦ ଆହୁରି ଖସିବ। ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଥରା ଶୀତର ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଧ୍ୟ ବିଭିନ୍ନ ଜିଲାକୁ ଆଲର୍ଟ କରିଛି। ତେବେ ଏହି ସମୟ ମଧ୍ୟରେ ଉପକୂଳବର୍ତ୍ତୀ ଜିଲାରେ ରାତିର ତାପମାତ୍ରା ୩ ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri