ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା): କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି ବୁଧବାର ରାଜଧାନୀ ଭୁବନେଶ୍ୱର ସମେତ କଟକ, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ଦେବଗଡ଼, ଗଞ୍ଜାମ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ କ୍ରମଶଃ ଦକ୍ଷିଣପଶ୍ଚିମ ଦିଗରେ ଅଗ୍ରସର ହେଉଛି। ଏହି ଘୂର୍ଣ୍ଣିବଳୟ ଜଳୀୟବାଷ୍ପକୁ ଧରି ରଖୁଥିବାରୁ ରାଜ୍ୟରେ ତାପମାତ୍ରା କମୁନାହିଁ। ଏହା ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେବାରେ ବାଧା ସୃଷ୍ଟି କରୁଛି। ରାଜ୍ୟର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ସ୍ଥାନରେ ଉଚ୍ଚ ତାପମାତ୍ରା ଅନୁଭୂତ ହେଉଛି। ମଙ୍ଗଳବାର ପୁରୀରେ ସର୍ବାଧିକ ୩୪.୪ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ଅନୁଭୂତ ହୋଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ କେତେକ ସ୍ଥାନରେ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri