ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା): କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି ବୁଧବାର ରାଜଧାନୀ ଭୁବନେଶ୍ୱର ସମେତ କଟକ, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ଦେବଗଡ଼, ଗଞ୍ଜାମ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ କ୍ରମଶଃ ଦକ୍ଷିଣପଶ୍ଚିମ ଦିଗରେ ଅଗ୍ରସର ହେଉଛି। ଏହି ଘୂର୍ଣ୍ଣିବଳୟ ଜଳୀୟବାଷ୍ପକୁ ଧରି ରଖୁଥିବାରୁ ରାଜ୍ୟରେ ତାପମାତ୍ରା କମୁନାହିଁ। ଏହା ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେବାରେ ବାଧା ସୃଷ୍ଟି କରୁଛି। ରାଜ୍ୟର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ସ୍ଥାନରେ ଉଚ୍ଚ ତାପମାତ୍ରା ଅନୁଭୂତ ହେଉଛି। ମଙ୍ଗଳବାର ପୁରୀରେ ସର୍ବାଧିକ ୩୪.୪ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ଅନୁଭୂତ ହୋଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ କେତେକ ସ୍ଥାନରେ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?