୩୧ରୁ ବଢ଼ିବ ଶୀତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଯାଇଛି। ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ସେଲ୍‌ସିୟସ ଥିବାବେଳେ ଦାରିଙ୍ଗବାଡିରେ ୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ବାରିପଦାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ସୁନ୍ଦରଗଡ଼ରେ ୧୦.୫, କୋରାପୁଟ ୧୦, ବୌଦ୍ଧ ୧୦.୫, ରାୟଗଡ଼ା ୧୦, ଝାରସୁଗୁଡ଼ା ୧୧.୨ ଏବଂ କେନ୍ଦୁଝରରେ ୧୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ  କରାଯାଇଛି। ତେବେ ଡିସେମ୍ବର ୩୧ରୁ ପୁଣି ଶୀତ ବଢିବ। ଏ ନେଇ ଜାନୁୟାରୀ ୨ ଯାଏ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଡିସେମ୍ବର ୩୧ରୁ ୨୦୨୧ ଜାନୁୟାରୀ ୨ ତାରିଖ ଯାଏ ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲାରେ ଶୀତ ଲହରି ଦେଖାଦେବ। ସେହି ଜିଲାଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହି ସମୟରେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଗୃହପାଳିତ ପ୍ରାଣୀଙ୍କୁ ଘରଭିତରେ କିମ୍ବା ଛପର ତଳେ ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri