ପାକିସ୍ତାନର ୪୦ ପ୍ରତିଶତ ଜନସଂଖ୍ୟା ଦାରିଦ୍ର ସୀମାରେଖା ତଳେ, ଉନ୍ନତି ପାଇଁ ନୀତି ପରିବର୍ତ୍ତନ ପାଇଁ ପରାମର୍ଶ…

ଇସଲାମାଦାବ,୨୫।୯ : ପାକିସ୍ତାନରେ ମୁଦ୍ରାସ୍ଫୀତି ସର୍ବୋଚ୍ଚ ସ୍ତରରେ ରହିଛି। ପାକିସ୍ତାନର ଅର୍ଥନୈତିକ ବ୍ୟବସ୍ଥା ଉପରେ ବିଶ୍ୱ ବ୍ୟାଙ୍କ ମନ୍ତବ୍ୟ ଦେଇଛି। ବିଶ୍ୱ ବ୍ୟାଙ୍କ ରିପୋର୍ଟ କରିଛି ପାକିସ୍ତାନର ୪୦ ପ୍ରତିଶତ ଜନସଂଖ୍ୟା ଦାରିଦ୍ର ସୀମାରେଖା ତଳେ ବାସ କରନ୍ତି। ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ଦେଶର ସାମରିକ, ରାଜନୈତିକ ଏବଂ ବ୍ୟବସାୟିକ ନେତାମାନେ ବର୍ତ୍ତମାନ ନୀତିଗତ ନିଷ୍ପତ୍ତି ଉପରେ ଦୃଷ୍ଟି ଦେବା ଆବଶ୍ୟକ।

ଗତ ବର୍ଷ ତୁଳନାରେ ପାକିସ୍ତାନରେ ଦାରିଦ୍ର୍ୟ ୩୯.୪ ପ୍ରତିଶତ ବୃଦ୍ଧି ପାଇଛି ବୋଲି ବିଶ୍ୱ ବ୍ୟାଙ୍କ ପ୍ରକାଶ କରିଛି। ଖରାପ ଅର୍ଥନୈତିକ ଅବସ୍ଥା ଯୋଗୁ ୧୨.୫ ନିୟୁତରୁ ଅଧିକ ଲୋକ ଦାରିଦ୍ରରେ ଫସି ରହିଛନ୍ତି। ଯେଉଁଠାରେ ୯୫ ନିୟୁତ ପାକିସ୍ତାନୀ ବର୍ତ୍ତମାନ ଦାରିଦ୍ରରେ ଜୀବନ ବିତାଉଛନ୍ତି। ବିଶ୍ୱ ବ୍ୟାଙ୍କ ପାକିସ୍ତାନକୁ କିଛି ପରାମର୍ଶ ଦେଇଛି। ଏଥିରେ କୁହାଯାଇଛି ଟିକସରୁ ଜିଡିପି ଅନୁପାତ ତୁରନ୍ତ ପାଞ୍ଚ ପ୍ରତିଶତ ବୃଦ୍ଧି ଏବଂ ଜିଡିପିର ୨.୭ ପ୍ରତିଶତ ଖର୍ଚ୍ଚ ହ୍ରାସ ହେବା ଉଚିତ।

ପାକିସ୍ତାନୀ ଅର୍ଥନୀତିଜ୍ଞ ଟୋବିୟାସ ହକ କହିଛନ୍ତି ଦେଶର ଆଜିର ଅବସ୍ଥା ଅତ୍ୟନ୍ତ ଚିନ୍ତାଜନକ। ପାକିସ୍ତାନ ଏକ ଗୁରୁତର ଅର୍ଥନୈତିକ ଏବଂ ମାନବ ବିକାଶ ସଙ୍କଟ ଦେଇ ଗତି କରୁଛି। ଦେଶର ଅନେକ ଦିଗରେ ନୀତି ପରିବର୍ତ୍ତନ ଆବଶ୍ୟକ । ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସରକାରୀ ରାଜସ୍ବକୁ ମଜବୁତ କରିବା ସହ ରିଅଲ ଇଷ୍ଟେଟ ଏବଂ କୃଷି କ୍ଷେତ୍ର ଉପରେ ଟିକସ ଭାର ବଢ଼ାଇ ରାଜସ୍ବ-ଜିଡିପି ଅନୁପାତରେ ପାଞ୍ଚ ପ୍ରତିଶତ ବୃଦ୍ଧି କରିବାକୁ ଅନେକ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri