Posted inଜାତୀୟ

ହିଜାବ ବିବାଦ ନଥମୁଣୁ ଏବେ ଶ୍ରୀମଦ ଭଗବଦ ଗୀତା…

ବେଙ୍ଗାଲୁରୁ,୨୦।୩ : କର୍ନାଟକରେ ହିଜାବ ବିବାଦ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ମଧ୍ୟ ସମ୍ପୂର୍ଣ୍ଣ ଥମିନାହିଁ। ଏହା ଏବେ ସୁପ୍ରିମ୍‌କୋର୍ଟରେ ପହଞ୍ଚିଛି। ଏପରିସ୍ଥଳେ ଏବେ ଗୁଜୁରାଟ ଶୈଳୀରେ ବିଦ୍ୟାଳୟ ପାଠ୍ୟକ୍ରମରେ ଶ୍ରୀମଦ ଭଗବଦ ଗୀତା ପଢ଼ାଯିବା ନେଇ ବିବାଦ ଆରମ୍ଭ ହୋଇଛି। ରାଜ୍ୟର ବିଦ୍ୟାଳୟରେ ଶ୍ରୀମଦ୍‌ ଭଗବଦ୍‌ ଗୀତା ପଢ଼ାଯିବା ନିଷ୍ପତ୍ତି ଉପରେ ରାଜନୈତିକ ବିବାଦ ଜାରି ରହିଛି।

ଏହା ଉପରେ କଡା ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ କହିଛନ୍ତି ଯେ ପାରସ୍ପରିକ ଆଲୋଚନା ପରେ ଏହା ଉପରେ ନିଷ୍ପତ୍ତି ନିଆଯିବ। ଏହା ସହିତ ସେ କହିଛନ୍ତି ଯେ ଭଗବଦ ଗୀତା ହିଁ ନୈତିକ ମୂଲ୍ୟବୋଧ ଉପରେ ଶିକ୍ଷାଦାନ କରିବ।

କର୍ନାଟକ ଶିକ୍ଷା ମନ୍ତ୍ରୀଙ୍କ ବିବୃତ୍ତିରେ ସୃଷ୍ଟି ହୋଇଥିବା ଝଡ଼ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ବିଦ୍ୟାଳୟରେ ଭଗବଦ ଗୀତା ଶିକ୍ଷା ପାଇଁ ଭାଜପା ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏହା ସହିତ ମହିଶୂରର ଜଣେ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ତନଭୀର ସୈତ ମଧ୍ୟ ବିଦ୍ୟାଳୟ ପାଠ୍ୟକ୍ରମରେ ଶ୍ରୀମଦ ଭଗବଦ ଗୀତା ଅନ୍ତର୍ଭୁକ୍ତ କରିବା ନେଇ ପ୍ରଶ୍ନ ଉଠାଇଛନ୍ତି।

ଭାଜପା ଶାସିତ ଗୁଜରାଟ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ ଭଗବଦ ଗୀତା ୨୦୨୨-୨୩ ଶିକ୍ଷାବର୍ଷରୁ ସାରା ରାଜ୍ୟରେ ୬ ରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ପାଠ୍ୟକ୍ରମର ଅଂଶ ହେବ। ଗୁଜୁରାଟ ସରକାରଙ୍କ ଏହି ନିଷ୍ପତ୍ତି ପରେ କର୍ନାଟକର ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ବି.ସି. ନାଗେଶ କହିଛନ୍ତି ଯେ ନୈତିକ ଶିକ୍ଷାର ଏକ ଅଂଶ ଭାବରେ ଏହି ନିଷ୍ପତ୍ତି ନେବା ପୂର୍ବରୁ ରାଜ୍ୟ ସରକାର ଶିକ୍ଷାବିତ୍‌ଙ୍କ ସହ ଆଲୋଚନା କରିବେ। ପିଲାମାନଙ୍କ ମଧ୍ୟରେ ସାଂସ୍କୃତିକ ମୂଲ୍ୟବୋଧ ହ୍ରାସ ପାଉଛି ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri