ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏକ ଏଣ୍ଡୁଅ ଛାତ ଉପରକୁ ଯିବା ପାଇଁ ତାର ସବୁ କୌଶଳ ଲଗାଇ ଦେଇଛି। କିପରି ସୁରକ୍ଷିତ ଭାବେ ଛାତକୁ ଚଢ଼ିବ ସେ ନେଇ ଚେଷ୍ଟା ଜାରି ରଖିଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Sunday mood 😌 pic.twitter.com/4pnYmSabEr
— Susanta Nanda IFS (@susantananda3) September 13, 2020