ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: କଂଗ୍ରେସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାକୁ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରାଯାଇଛି। ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ଓ୍ବାରି ଦିନ ୧୦ରୁ ୧ଟା ମଧ୍ୟରେ ଏହା ପାଳନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଭଦ୍ରକରେ ଅନୁଷ୍ଠିତ ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହରେ ସାମିଲ ହୋଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିବା ସହ ଅଗ୍ନିପଥ ଯୋଜନା ପ୍ରତ୍ୟାହାର ଲାଗି ଦାବି କରିଛନ୍ତି।
ଅନ୍ୟପକ୍ଷରେ ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଏକ ସତ୍ୟାଗ୍ରହ ଆନ୍ଦୋଳନ ସ୍ଥାନୀୟ ସର୍କିଟ ହାଉସ ଛକଠାରେ କରାଯାଇଛି। ଏହି ସତ୍ୟାଗ୍ରହ ଦିନ ୧୦ରୁ ୧ଟା ପର୍ଯ୍ୟନ୍ତ କରାଯାଇଥିଲା। କେନ୍ଦ୍ର ସରକାର ଭାରତ ବର୍ଷର ସେନାବାହିନୀକୁ ଦୁର୍ବଳ କରିଦେବା ପାଇଁ ଯେଉଁ ଷଡ଼ଯନ୍ତ୍ର ରଚନା କରିଛନ୍ତି, ଅତ୍ୟନ୍ତ ଚିନ୍ତାଜନକ ଓ ସମ୍ପୂର୍ଣ୍ଣ ଦେଶର ସ୍ବାର୍ଥ ବିରୋଧରେ ଉଦ୍ଦିଷ୍ଟ। ଓଡ଼ିଶାର ବହୁ ଗ୍ରାମାଞ୍ଚଳରେ ଯୁବତୀ, ଯୁବକମାନେ ଜୀବନରେ ଏକ ସ୍ବପ୍ନ ଦେଖିଥାନ୍ତି ଯେ, ସେମାନେ କିପରି ସେନାବାହିନୀରେ ଯୋଗଦାନ କରି ଦେଶମାତୃକାର ସେବା କରିବେ। ଆବଶ୍ୟକ ପଡ଼ିଲେ ଦେଶ ପାଇଁ ଜୀବନ ଦେବାକୁ ସେମାନେ ପ୍ରସ୍ତୁତ ରହିଥାଆନ୍ତି। ହେଲେ ଅତି ଦୁର୍ଭାଗ୍ୟର କଥା, ଅଗ୍ନିବୀରମାନଙ୍କୁ ମାତ୍ର ୪ ବର୍ଷ ପାଇଁ ନିଯୁକ୍ତି କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ନିଯୁକ୍ତି ଏକ ଠିକା ନିଯୁକ୍ତି ଅଟେ। ଏହାଦ୍ୱାରା ଭାରତ ବର୍ଷର ଯୁବପିଢ଼ିଙ୍କ ଆଶା ଭାଙ୍ଗିପଡ଼ିବ। ସେମାନେ ମାନସିକ ସ୍ତରରେ ଜଣେ ବୀର ସୈନିକ ହିସାବରେ ପ୍ରସ୍ତୁତ ହୋଇପାରିବେ ନାହିଁ। ୪ ବର୍ଷ ପରେ ସେମାନଙ୍କ ମଧ୍ୟରୁ ୭୫ ଭାଗ ଲୋକଙ୍କୁ ନିଜ ନିଯୁକ୍ତି ହରାଇବାକୁ ପଡ଼ିବ। ଯଦି ଏତେ ପରିମାଣର ବୀର ସୈନିକ ନିଯୁକ୍ତି ହରାଇବେ, ତେବେ ସେମାନଙ୍କୁ କିଭଳି ଏବଂ କେଉଁ କ୍ଷେତ୍ରରେ ନିଯୁକ୍ତି କରାଯିବ ବୋଲି କଂଗ୍ରେସ ପକ୍ଷରୁ ପ୍ରଶ୍ନ କରାଯାଇଛି। ଯେଉଁମାନେ ଦେଶ ପାଇଁ ବଳିଦାନ ଦେବେ, ଯଦି ସେମାନଙ୍କ ଭବିଷ୍ୟତକୁ ଆମେ ସୁରକ୍ଷିତ ରଖିପାରିବା ନାହିଁ, ତେବେ ଦେଶର ଗତି କୁଆଡ଼େ ବୋଲି କଂଗ୍ରେସ ପ୍ରଶ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?