ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: ସିପିଆଇ(ଏମ୍‌)

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷିତ ଅଗ୍ନିପଥ ଯୋଜନାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ସିପିଆଇ (ଏମ୍‌) ପକ୍ଷରୁ ଦାବି କରାଯାଇଛି। ବୃତ୍ତିଗତ ସେନା ଠିକାଭିତ୍ତିରେ ୪ବର୍ଷ ଲାଗି ନିଯୁକ୍ତି ଦେବା ନିଷ୍ପତ୍ତି ଗ୍ରହଣଯୋଗ୍ୟ ନୁହେଁ। ଏହାଦ୍ୱାରା ପେନସନ ଅର୍ଥକୁ ବଞ୍ଚାଇବାକୁ ଯାଇ ସେନାର ଗୁଣ ଏବଂ ଦକ୍ଷତା ପ୍ରତି ସାଂଘାତିକ ଭାବେ ସାଲିସ କରାଯାଇଛି। ଏହି ଯୋଜନା ଜାତୀୟ ସ୍ବାର୍ଥବିରୋଧୀ ବୋଲି ଦଳର ଓଡ଼ିଶା ରାଜ୍ୟ କମିଟି ସମ୍ପାଦକ ଅଳି କିଶୋର ପଟ୍ଟନାୟକ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ବିଗତ ଦୁଇବର୍ଷ ଧରି ସେନାରେ କୌଣସି ନିଯୁକ୍ତି ଦିଆଯାଇନାହିଁ। ସ୍ଥାୟୀସୈନିକ ନିଯୁକ୍ତି ଦେବା ପରିବର୍ତ୍ତେ ଅସ୍ଥାୟୀ ଭାବେ ୪ବର୍ଷ ପାଇଁ ଠିକା ନିଯୁକ୍ତି ଦେଇ ସେମାନଙ୍କ ଭବିଷ୍ୟତ ପ୍ରତି ଆଖି ବୁଜି ଦିଆଯାଇଛି। ଏହାର ପରିଣାମ ସ୍ବରୂପ ଠିକା ନିଯୁକ୍ତିରେ ତାଲିମପ୍ରାପ୍ତ ଏହି ସୈନିକ ବଳ ପରବର୍ତ୍ତୀ ସମୟରେ ଏକ ଘରୋଇ ସଶସ୍ତ୍ର ବାହିନୀରେ ପରିଣତ ହେବ, ଯାହାର ପରିଣତି ସମାଜ ଉପରେ ଅତି ଭୟଙ୍କର ହେବ। ନିଯୁକ୍ତିର ସର୍ବନିମ୍ନ ନିରାପତ୍ତା ନ ଥାଇ ଆମ ଯୁବକଙ୍କୁ ସର୍ବୋତ୍ତମ ତ୍ୟାଗ କରିବା ପାଇଁ ଆହ୍ବାନ ଦେବା ଅପରାଧ। ସାରା ଦେଶରେ ଏହି ଭୟଙ୍କର ଯୋଜନା ବିରୋଧରେ ଯୁବତୀଯୁବକଙ୍କ ପ୍ରତିବାଦ ପୁଞ୍ଜିଭୂତ କ୍ରୋଧକୁ ପ୍ରତିଫଳିତ କରୁଛି। ତେଣୁ ଅଗ୍ନିପଥ ଯୋଜନାକୁ ତୁରନ୍ତ ପ୍ରତ୍ୟାହାର କରି ସ୍ଥାୟୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri