ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା କଟକଣା କୋହଳ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗିଥିବା ଏହି କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ଏହିସବୁ କାର୍ଯ୍ୟକ୍ରମରେ ୨୫୦ ଜଣ ଅତିଥି ଯୋଗ ଦେଇପାରିବେ। କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଗତ ୪ ତାରିଖରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦି କାର୍ଯ୍ୟରେ ୫୦ରୁ ଅଧିକ ଲୋକଙ୍କ ଉପସ୍ଥିତି ଉପରେ କଟକଣା ଜାରି କରାଯାଇଥିଲା।
ତେବେ ବର୍ତ୍ତମାନ ସ୍ଥିତିକୁ ଦେଖି ବିଏମ୍‌ସି ଜାରି କରିଥିବା ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରି ନେଇଛି। ଉକ୍ତ ନିୟମ ନଭେମ୍ବର ୧ ତାରିଖରୁ କାର୍ଯ୍ୟକାରୀ ହେବ।