ଓଟିଇଟି ପରୀକ୍ଷା ତୁରନ୍ତ ପ୍ରତ୍ୟାହାର କର: ଆନ୍ଦୋଳନ ଧମକ ଦେଲା ପ୍ରାଥମିକ ଶିକ୍ଷକ ସଂଘ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ଉଦ୍ଧେଶ୍ୟରେ ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଓଟିଇଟି ପରୀକ୍ଷା ବର୍ତ୍ତମାନ ବାଧ୍ୟତାମୂଳକ କରାଯାଇଛି । ଏହିଭଳି କୁତ୍ସିତ ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ପାଇଁ ସଂଘ ପକ୍ଷରୁ ଦାବୀ ହୋଇଛି। ଦୀର୍ଘ ବର୍ଷ ଚାକିରି କରିବା ପରେ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପଦୋନ୍ନତି ପାଇଁ ଓଟିଇଟି ପରୀକ୍ଷା ବ୍ୟବସ୍ଥା ସରକାରଙ୍କ ଏହା ଏକ ହୀନ ଚକ୍ରାନ୍ତ । ସରକାର ଶିକ୍ଷକଙ୍କ ବୟସ ଓ ମାନସିକ ଅବସ୍ଥା ପ୍ରତି ଆଦୌ ସଚେତନ ନ ହୋଇ ସମସ୍ତ ଶିକ୍ଷକଙ୍କୁ ପଦୋନ୍ନତି ପାଇଁ ଓଟିଇଟି ପରୀକ୍ଷା ବାଧ୍ୟ କରିବା ଏକ ନିନ୍ଦନୀୟ ବ୍ୟବସ୍ଥା ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ଏଲିମେଣ୍ଟାରି ଓ ସେକେଣ୍ଡାରୀ ମଧ୍ୟରେ ଏତେ ପାତର ଅନ୍ତର ନିତି ଅଗଣତାନ୍ତ୍ରିକ। ପ୍ରାଥମିକ ଶିକ୍ଷାରେ ଠିକା ବ୍ୟବସ୍ଥା ଉଛେଦ, ୬ ରୁ ୮ ବର୍ଷ କୁ ମୂଳ ଚାକିରି ରେ ଗଣନା କରି ନ୍ୟାସନାଲ ଇଂକ୍ରିମେଣ୍ଟ ପ୍ରଦାନ ଏବଂ ୨୨ ଟି ରାଜ୍ୟ ଭଳି ଅବିକଳ କେନ୍ଦ୍ରୀୟ ହାରରେ ଆମ ରାଜ୍ୟର ଶିକ୍ଷକମାନକୁ ଦରମା ପ୍ରଦାନ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି। ସରକାର ଶିକ୍ଷକମାନକ ମୂଳ ସମସ୍ୟାକୁ ସମାଧାନ ନକରି ସେମାନଙ୍କୁ ପଦୋନ୍ନତି ପାଇଁ

ଓଟିଇଟି ପରୀକ୍ଷା ଦେବାକୁ ବାଧ୍ୟ କରିବା ପ୍ରାଥମିକ ଶିକ୍ଷକଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବ ଅଧିକ ସ୍ପଷ୍ଟ ଭାବେ ବାରି ହୋଇପଡିଛି। ତେଣୁ ସରକାର ଓଟିଇଟି ଭଳି କୁତ୍ସିତ ବ୍ୟବସ୍ଥାକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ। ନଚେତ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ସଙ୍ଘର କର୍ମକର୍ତ୍ତା ମାନେ ଏଠାରେ ପ୍ରକାଶ କରିଛନ୍ତି। ଆଜି ଦାବିପତ୍ର ପ୍ରଦାନ ସମୟରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ତ୍ରିନାଥ ପଟ୍ଟନାୟକ, ସରୋଜ ଶତପଥୀ, ସୁଧୀର ବେହେରା, ଗୋକୁଳ ମଲ୍ଲିକ, ଜଗଦୀଶ ନାୟକ, ମନୋଜ କୁମାର ବେହେରା, ଶିଶିର କାନ୍ତ ପତି, ସୁଜିତ କୁମାର ସ୍ବାଇଁ, ଅବିନାଶ ପଣ୍ଡା, ସୁଧାଂଶୁ ମହାପାତ୍ର, ଦେବୀ ପ୍ରସାଦ ଦାଶ, ବିଭୂ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri