‘ସୁବାସଙ୍କ ବିରୋଧରେ ରୁଜୁ ମିଛ ମାମଲା ପ୍ରତ୍ୟାହାର କର’

ଭୁବନେଶ୍ୱର,୪ା୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇ ରୁଜୁ ମିଛ ମାମଲା ପ୍ରତ୍ୟାହାର କରାଯାଉ। ବିଧାୟକ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ରୁଜୁ ହୋଇଥିବା ଏତଲା ଆଧାରରେ ତିଲେଇବଣି ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ବୁକ୍‌ ସର୍କୁଲାର-୪୭ର ଠିକ୍‌ କାର୍ଯ୍ୟକାରିତା ପାଇଁ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଓ ବିହୀତ ପଦକ୍ଷେପ ଗ୍ରହଣ ଦାବିରେ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଜ୍ୟପାଳଙ୍କୁ ସାକ୍ଷାତକରି ଦାବିପତ୍ର ପ୍ରଦାନ କରିଛନ୍ତି।
ଉକ୍ତ ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ତିଲେଇବଣି ବିଡିଓଙ୍କ ବିଶୃଙ୍ଖଳିତ ଆଚରଣ ଓ ଦୁର୍ବ୍ୟବହାର ପ୍ରଦର୍ଶନକୁ ଆଧାର କରି ବିଧାୟକ ପାଣିଗ୍ରାହୀ ପ୍ରଥମେ ଥାନାର ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ ସରକାରଙ୍କ ପରୋକ୍ଷ ଚାପରେ ବିଧାୟକଙ୍କ ଅଭିଯୋଗକୁ ତଦନ୍ତ କରାଗଲା ନାହିଁ। ଅନ୍ୟପକ୍ଷରେ ତା’ପରଦିନ ଏକ ଅଭାବନୀୟ ଘଟଣାକ୍ରମେ ତିଲେଇବଣି ବିଡିଓଙ୍କ ଅଭିଯୋଗକୁ ଭିତ୍ତିକରି ବିନା ତଦନ୍ତରେ ସରକାରଙ୍କ ସିଧାସଳଖ ଚାପରେ ବିଧାୟକ ପାଣିଗ୍ରାହୀଙ୍କୁ ତାଙ୍କ ଭୁବନେଶ୍ୱର ବାସଭବନରୁ ଗିରଫ କରାଯାଇଛି। ସୁପରିକଳ୍ପିତ ଏବଂ ଷଡ଼ଯନ୍ତ୍ର ରଚାଯାଇ ମିଛ ମାମଲାରେ ବିଧାୟକ ପାଣିଗ୍ରାହୀଙ୍କୁ ଗିରଫ କରାଯିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ। ତେଣୁ ପାଣିଗ୍ରାହୀଙ୍କ ବିରୋଧରେ ଥିବା ମିଛ ମାମଲା ପ୍ରତ୍ୟାହାର କରାଯାଇ ତାଙ୍କୁ ମୁକ୍ତ କରାଯାଉ। ଏହାସହ ବିଧାୟକଙ୍କ ଏତଲା ଆଧାରରେ ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି। ଦାବିପତ୍ରରେ ପୁଣି ଉଲ୍ଲେଖ ହୋଇଛି, ବୁକ୍‌ ସର୍କୁଲାର ୪୭କୁ ସରକାରୀ ଅଧିକାରୀ ମାନୁନାହାନ୍ତି। ସଦାଚାର କମିଟିର ଅଧ୍ୟକ୍ଷ ତଥା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଗତ ଅକ୍ଟୋବର ୨୧ରୁ ୨୪ ମଧ୍ୟରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲା ଗସ୍ତ କରିଥିଲେ। ଗସ୍ତ ସମୟରେ ସଦାଚାର କମିଟିର ପ୍ରତିନିଧି ଦଳ ଅନେକ କିଛି ବ୍ୟତିକ୍ରମ ପରିଲକ୍ଷିତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଛି। ଏହାକୁ ସରକାର ଜାଣିଶୁଣି ଅଣଦେଖା କରୁଛନ୍ତି। ଏହା ପାଳନ ଲାଗି ରାଜ୍ୟପାଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ପ୍ରତିନିଧି ଦଳ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri