‘ସୁବାସଙ୍କ ବିରୋଧରେ ରୁଜୁ ମିଛ ମାମଲା ପ୍ରତ୍ୟାହାର କର’

ଭୁବନେଶ୍ୱର,୪ା୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇ ରୁଜୁ ମିଛ ମାମଲା ପ୍ରତ୍ୟାହାର କରାଯାଉ। ବିଧାୟକ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ରୁଜୁ ହୋଇଥିବା ଏତଲା ଆଧାରରେ ତିଲେଇବଣି ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ବୁକ୍‌ ସର୍କୁଲାର-୪୭ର ଠିକ୍‌ କାର୍ଯ୍ୟକାରିତା ପାଇଁ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଓ ବିହୀତ ପଦକ୍ଷେପ ଗ୍ରହଣ ଦାବିରେ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଜ୍ୟପାଳଙ୍କୁ ସାକ୍ଷାତକରି ଦାବିପତ୍ର ପ୍ରଦାନ କରିଛନ୍ତି।
ଉକ୍ତ ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ତିଲେଇବଣି ବିଡିଓଙ୍କ ବିଶୃଙ୍ଖଳିତ ଆଚରଣ ଓ ଦୁର୍ବ୍ୟବହାର ପ୍ରଦର୍ଶନକୁ ଆଧାର କରି ବିଧାୟକ ପାଣିଗ୍ରାହୀ ପ୍ରଥମେ ଥାନାର ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ ସରକାରଙ୍କ ପରୋକ୍ଷ ଚାପରେ ବିଧାୟକଙ୍କ ଅଭିଯୋଗକୁ ତଦନ୍ତ କରାଗଲା ନାହିଁ। ଅନ୍ୟପକ୍ଷରେ ତା’ପରଦିନ ଏକ ଅଭାବନୀୟ ଘଟଣାକ୍ରମେ ତିଲେଇବଣି ବିଡିଓଙ୍କ ଅଭିଯୋଗକୁ ଭିତ୍ତିକରି ବିନା ତଦନ୍ତରେ ସରକାରଙ୍କ ସିଧାସଳଖ ଚାପରେ ବିଧାୟକ ପାଣିଗ୍ରାହୀଙ୍କୁ ତାଙ୍କ ଭୁବନେଶ୍ୱର ବାସଭବନରୁ ଗିରଫ କରାଯାଇଛି। ସୁପରିକଳ୍ପିତ ଏବଂ ଷଡ଼ଯନ୍ତ୍ର ରଚାଯାଇ ମିଛ ମାମଲାରେ ବିଧାୟକ ପାଣିଗ୍ରାହୀଙ୍କୁ ଗିରଫ କରାଯିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ। ତେଣୁ ପାଣିଗ୍ରାହୀଙ୍କ ବିରୋଧରେ ଥିବା ମିଛ ମାମଲା ପ୍ରତ୍ୟାହାର କରାଯାଇ ତାଙ୍କୁ ମୁକ୍ତ କରାଯାଉ। ଏହାସହ ବିଧାୟକଙ୍କ ଏତଲା ଆଧାରରେ ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି। ଦାବିପତ୍ରରେ ପୁଣି ଉଲ୍ଲେଖ ହୋଇଛି, ବୁକ୍‌ ସର୍କୁଲାର ୪୭କୁ ସରକାରୀ ଅଧିକାରୀ ମାନୁନାହାନ୍ତି। ସଦାଚାର କମିଟିର ଅଧ୍ୟକ୍ଷ ତଥା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଗତ ଅକ୍ଟୋବର ୨୧ରୁ ୨୪ ମଧ୍ୟରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲା ଗସ୍ତ କରିଥିଲେ। ଗସ୍ତ ସମୟରେ ସଦାଚାର କମିଟିର ପ୍ରତିନିଧି ଦଳ ଅନେକ କିଛି ବ୍ୟତିକ୍ରମ ପରିଲକ୍ଷିତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଛି। ଏହାକୁ ସରକାର ଜାଣିଶୁଣି ଅଣଦେଖା କରୁଛନ୍ତି। ଏହା ପାଳନ ଲାଗି ରାଜ୍ୟପାଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ପ୍ରତିନିଧି ଦଳ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?