Posted inଜାତୀୟ

୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର ବିମୁଦ୍ରୀକରଣ ନୁହେଁ

ନୂଆଦିଲ୍ଲୀ, ୨୪ା୫ (ପି.ଟି.): ୨,୦୦୦ ଟଙ୍କିଆ ନୋଟ୍‌କୁ ପ୍ରତ୍ୟାହାର କରିନେବା ବିମୁଦ୍ରୀକରଣ ନୁହେଁ ବରଂ ବୈଧାନିକ କାର୍ଯ୍ୟ ବୋଲି ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ ଜଣାଇଛି। ପରିଚାଳନାଗତ ସୁବିଧା ପାଇଁ ଉକ୍ତ ନୋଟ୍‌ ବଦଳାଇବାକୁ ନିଷ୍ପତ୍ତି ନିଆଯାଇଥିବା ଆର୍‌ବିଆଇ କହିଛି। ୨,୦୦୦ ଟଙ୍କିଆ ନୋଟ ସାଧାରଣରେ ବିଶେଷ ବ୍ୟବହାର ହେଉ ନ ଥିଲା। ମୁଦ୍ରା ଆବଶ୍ୟକତାକୁ ଅନ୍ୟ ବ୍ୟାଙ୍କ ନୋଟ୍‌ଗୁଡ଼ିକ ପୂରଣ କରିବ ବୋଲି ଆର୍‌ବିଆଇ ପକ୍ଷରୁ ବରିଷ୍ଠ ଆଇନଜୀବୀ ପରାଗ ପି. ତ୍ରିପାଠୀ କହିଛନ୍ତି। ବିନା ରିକ୍ୟୁଜିଶନ ସ୍ଲିପ୍‌ ଏବଂ ପରିଚୟ ପ୍ରମାଣରେ ୨,୦୦୦ ଟଙ୍କିଆ ବ୍ୟାଙ୍କନୋଟ୍‌ ବଦଳାଇବାକୁ ଅନୁମତି ଦିଆଯାଇଥିବାରୁ ଏହା ବିରୋଧରେ ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟ ଦିଲ୍ଲୀ ହାଇକୋର୍ଟରେ ସୋମବାର ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରିଥିଲେ। ମୁଖ୍ୟ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ୍‌ ସୁବ୍ରମଣ୍ୟମ ପ୍ରସାଦଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ଉପଯୁକ୍ତ ରାୟ ଦେବେ ବୋଲି କହିଛନ୍ତି। ଆର୍‌ବିଆଇ ଏବଂ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଜାରି ବିଜ୍ଞପ୍ତି ମନମାନି, ତର୍କହୀନ ଏବଂ ସମ୍ବିଧାନର ଅନୁଚ୍ଛେଦ ୧୪ ପ୍ରତି ଅପମାନ ବୋଲି ସେ ପିଟିଶନରେ ଦର୍ଶାଇଥିଲେ। ବିପୁଳ ପରିମାଣରେ ୨,୦୦୦ ଟଙ୍କିଆ ନୋଟ୍‌ ବ୍ୟକ୍ତିବିଶେଷଙ୍କ ଲକରରେ ରହିଥିବ କିମ୍ବା ବିଚ୍ଛିନ୍ନତାବାଦୀ, ଆତଙ୍କବାଦୀ, ମାଓବାଦୀ, ନିଶା ଚୋରାବେପାରୀ, ଖଣି ମାଫିଆ ଓ ଦୁର୍ନୀତିଗ୍ରସ୍ତ ବ୍ୟକ୍ତି ଗଚ୍ଛିତ ରଖିଥିବେ। ୨,୦୦୦ ଟଙ୍କିଆ ନୋଟ୍‌ କାରବାର ଦୁର୍ନୀତିର ମୁଖ୍ୟ ଉତ୍ସ ଏବଂ ଏହା ବେଆଇନ କାର୍ଯ୍ୟରେ ଲାଗୁଥିବାରୁ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ୟାଙ୍କ ଆକାଉଣ୍ଟରେ ସେହି ନୋଟ୍‌ ଜମା କରିବା ଲାଗି ଆର୍‌ବିଆଇ ଏବଂ ଏସ୍‌ବିଆଇ ବ୍ୟବସ୍ଥା କରିବାକୁ ପିଟିଶନରେ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri