Posted inଜାତୀୟ

୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର ବିମୁଦ୍ରୀକରଣ ନୁହେଁ

ନୂଆଦିଲ୍ଲୀ, ୨୪ା୫ (ପି.ଟି.): ୨,୦୦୦ ଟଙ୍କିଆ ନୋଟ୍‌କୁ ପ୍ରତ୍ୟାହାର କରିନେବା ବିମୁଦ୍ରୀକରଣ ନୁହେଁ ବରଂ ବୈଧାନିକ କାର୍ଯ୍ୟ ବୋଲି ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ ଜଣାଇଛି। ପରିଚାଳନାଗତ ସୁବିଧା ପାଇଁ ଉକ୍ତ ନୋଟ୍‌ ବଦଳାଇବାକୁ ନିଷ୍ପତ୍ତି ନିଆଯାଇଥିବା ଆର୍‌ବିଆଇ କହିଛି। ୨,୦୦୦ ଟଙ୍କିଆ ନୋଟ ସାଧାରଣରେ ବିଶେଷ ବ୍ୟବହାର ହେଉ ନ ଥିଲା। ମୁଦ୍ରା ଆବଶ୍ୟକତାକୁ ଅନ୍ୟ ବ୍ୟାଙ୍କ ନୋଟ୍‌ଗୁଡ଼ିକ ପୂରଣ କରିବ ବୋଲି ଆର୍‌ବିଆଇ ପକ୍ଷରୁ ବରିଷ୍ଠ ଆଇନଜୀବୀ ପରାଗ ପି. ତ୍ରିପାଠୀ କହିଛନ୍ତି। ବିନା ରିକ୍ୟୁଜିଶନ ସ୍ଲିପ୍‌ ଏବଂ ପରିଚୟ ପ୍ରମାଣରେ ୨,୦୦୦ ଟଙ୍କିଆ ବ୍ୟାଙ୍କନୋଟ୍‌ ବଦଳାଇବାକୁ ଅନୁମତି ଦିଆଯାଇଥିବାରୁ ଏହା ବିରୋଧରେ ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟ ଦିଲ୍ଲୀ ହାଇକୋର୍ଟରେ ସୋମବାର ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରିଥିଲେ। ମୁଖ୍ୟ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ୍‌ ସୁବ୍ରମଣ୍ୟମ ପ୍ରସାଦଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ଉପଯୁକ୍ତ ରାୟ ଦେବେ ବୋଲି କହିଛନ୍ତି। ଆର୍‌ବିଆଇ ଏବଂ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଜାରି ବିଜ୍ଞପ୍ତି ମନମାନି, ତର୍କହୀନ ଏବଂ ସମ୍ବିଧାନର ଅନୁଚ୍ଛେଦ ୧୪ ପ୍ରତି ଅପମାନ ବୋଲି ସେ ପିଟିଶନରେ ଦର୍ଶାଇଥିଲେ। ବିପୁଳ ପରିମାଣରେ ୨,୦୦୦ ଟଙ୍କିଆ ନୋଟ୍‌ ବ୍ୟକ୍ତିବିଶେଷଙ୍କ ଲକରରେ ରହିଥିବ କିମ୍ବା ବିଚ୍ଛିନ୍ନତାବାଦୀ, ଆତଙ୍କବାଦୀ, ମାଓବାଦୀ, ନିଶା ଚୋରାବେପାରୀ, ଖଣି ମାଫିଆ ଓ ଦୁର୍ନୀତିଗ୍ରସ୍ତ ବ୍ୟକ୍ତି ଗଚ୍ଛିତ ରଖିଥିବେ। ୨,୦୦୦ ଟଙ୍କିଆ ନୋଟ୍‌ କାରବାର ଦୁର୍ନୀତିର ମୁଖ୍ୟ ଉତ୍ସ ଏବଂ ଏହା ବେଆଇନ କାର୍ଯ୍ୟରେ ଲାଗୁଥିବାରୁ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ୟାଙ୍କ ଆକାଉଣ୍ଟରେ ସେହି ନୋଟ୍‌ ଜମା କରିବା ଲାଗି ଆର୍‌ବିଆଇ ଏବଂ ଏସ୍‌ବିଆଇ ବ୍ୟବସ୍ଥା କରିବାକୁ ପିଟିଶନରେ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri