Posted inଜାତୀୟ

କୃଷି ଆଇନ ପ୍ରତ୍ୟାହାର ଆରମ୍ଭ, କ୍ୟାବିନେଟ୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେବା ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଏବେ ଏହାକୁ ଶୀତ ଅଧିବେଶନରେ ପାର୍ଲାମେଣ୍ଟର ଉଭୟ ଗୃହରେ ଆଗତ କରାଯିବ। ନଭେମ୍ବର ୨୯ଠାରୁ ପ୍ରତ୍ୟାହାର ସମ୍ପର୍କିତ ସାମ୍ବିଧାନିକ ପ୍ରକ୍ରିୟା ଆରମ୍ଭ ହେବ।
ଭାରତର ସମ୍ବିଧାନରେ ଯେକୌଣସି ଆଇନ ପ୍ରଣୟନ ପାଇଁ ଯେଉଁ ଉପାୟ ଅବଲମ୍ବନ କରାଯାଇଥାଏ ସେହି ଉପାୟରେ ମଧ୍ୟ ଆଇନ ପ୍ରତ୍ୟାହାର କରାଯାଇଥାଏ। ପ୍ରଥମେ ପାର୍ଲାମେଣ୍ଟରେ ଆଇନର ପ୍ରତ୍ୟାହାର ଲାଗି ପ୍ରସ୍ତାବ ଅଣାଯାଇ ପରେ ଏହାକୁ ଆଇନ ମନ୍ତ୍ରଣାଳୟ ପାଖକୁ ପଠାଯିବ। ଆଇନ ମନ୍ତ୍ରଣାଳୟରୁ କ୍ଲିୟରାନ୍ସ ପାଇବା ପରେ ସଂପୃକ୍ତ ମନ୍ତ୍ରଣାଳୟ ଆଇନ ପ୍ରତ୍ୟାହାର ଆଧାରରେ ଏକ ବିଲ ପ୍ରସ୍ତୁତ କରି ସଂସଦରେ ଉପସ୍ଥାପନ କରିବେ। ସଂସଦରେ ଏକ ଆଇନ ପ୍ରଣୟନ ପାଇଁ ଯେପରି ଏକ ବ୍ୟାପକ ଆଲୋଚନା ହୋଇଥାଏ ସେହିଭଳି ଏହାକୁ ପ୍ରତ୍ୟାହାର କରିବା ଲାଗି ମଧ୍ୟ କରାଯିବ।

ଆଇନ ପ୍ରତ୍ୟାହାରକୁ ନେଇ ଉଭୟ ଗୃହରେ ବିତର୍କ କିମ୍ବା ଭୋଟ ମଧ୍ୟ କରାଯାଇପାରିବ। ଯଦି ଆଇନ ଫେରସ୍ତ ସପକ୍ଷରେ ଅଧିକ ଭୋଟ ରହିଥାଏ, ତେବେ ଆଇନ ପ୍ରତ୍ୟାହାର ପାଇଁ ବିଲ ପାସ କରାଯିବ। ସମସ୍ତ ତିନୋଟି କୃଷି ନିୟମ ଗୋଟିଏ ବିଲ ମାଧ୍ୟମରେ ପ୍ରତ୍ୟାହାର କରାଯାଇପାରିବ।

ସଂସଦର ଉଭୟ ଗୃହରୁ ଏହି ବିଲ ଫେରସ୍ତ ହେବା ପରେ ଏହାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦିଆଯିବ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଗେଜେଟରେ ପ୍ରକାଶିତ କରାଯିବ। ଏହା ସହିତ, ଆଇନ ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri