Posted inଜାତୀୟ

କୃଷି ଆଇନ ପ୍ରତ୍ୟାହାର ଆରମ୍ଭ, କ୍ୟାବିନେଟ୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେବା ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଏବେ ଏହାକୁ ଶୀତ ଅଧିବେଶନରେ ପାର୍ଲାମେଣ୍ଟର ଉଭୟ ଗୃହରେ ଆଗତ କରାଯିବ। ନଭେମ୍ବର ୨୯ଠାରୁ ପ୍ରତ୍ୟାହାର ସମ୍ପର୍କିତ ସାମ୍ବିଧାନିକ ପ୍ରକ୍ରିୟା ଆରମ୍ଭ ହେବ।
ଭାରତର ସମ୍ବିଧାନରେ ଯେକୌଣସି ଆଇନ ପ୍ରଣୟନ ପାଇଁ ଯେଉଁ ଉପାୟ ଅବଲମ୍ବନ କରାଯାଇଥାଏ ସେହି ଉପାୟରେ ମଧ୍ୟ ଆଇନ ପ୍ରତ୍ୟାହାର କରାଯାଇଥାଏ। ପ୍ରଥମେ ପାର୍ଲାମେଣ୍ଟରେ ଆଇନର ପ୍ରତ୍ୟାହାର ଲାଗି ପ୍ରସ୍ତାବ ଅଣାଯାଇ ପରେ ଏହାକୁ ଆଇନ ମନ୍ତ୍ରଣାଳୟ ପାଖକୁ ପଠାଯିବ। ଆଇନ ମନ୍ତ୍ରଣାଳୟରୁ କ୍ଲିୟରାନ୍ସ ପାଇବା ପରେ ସଂପୃକ୍ତ ମନ୍ତ୍ରଣାଳୟ ଆଇନ ପ୍ରତ୍ୟାହାର ଆଧାରରେ ଏକ ବିଲ ପ୍ରସ୍ତୁତ କରି ସଂସଦରେ ଉପସ୍ଥାପନ କରିବେ। ସଂସଦରେ ଏକ ଆଇନ ପ୍ରଣୟନ ପାଇଁ ଯେପରି ଏକ ବ୍ୟାପକ ଆଲୋଚନା ହୋଇଥାଏ ସେହିଭଳି ଏହାକୁ ପ୍ରତ୍ୟାହାର କରିବା ଲାଗି ମଧ୍ୟ କରାଯିବ।

ଆଇନ ପ୍ରତ୍ୟାହାରକୁ ନେଇ ଉଭୟ ଗୃହରେ ବିତର୍କ କିମ୍ବା ଭୋଟ ମଧ୍ୟ କରାଯାଇପାରିବ। ଯଦି ଆଇନ ଫେରସ୍ତ ସପକ୍ଷରେ ଅଧିକ ଭୋଟ ରହିଥାଏ, ତେବେ ଆଇନ ପ୍ରତ୍ୟାହାର ପାଇଁ ବିଲ ପାସ କରାଯିବ। ସମସ୍ତ ତିନୋଟି କୃଷି ନିୟମ ଗୋଟିଏ ବିଲ ମାଧ୍ୟମରେ ପ୍ରତ୍ୟାହାର କରାଯାଇପାରିବ।

ସଂସଦର ଉଭୟ ଗୃହରୁ ଏହି ବିଲ ଫେରସ୍ତ ହେବା ପରେ ଏହାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦିଆଯିବ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଗେଜେଟରେ ପ୍ରକାଶିତ କରାଯିବ। ଏହା ସହିତ, ଆଇନ ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri