୧ରୁ ହେବନି ବସ୍‌ ଧର୍ମଘଟ

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ କର୍ମକର୍ତ୍ତା ଓ ରାଜ୍ୟ ସରକାରଙ୍କ ସହ ବୁଧବାର ହୋଇଥିବା ଆଲୋଚନା ସଫଳ ହୋଇଛି। ସଂଘ ଆସନ୍ତା ଡିସେମ୍ବର ୧ରୁ ଡାକରା ଦେଇଥିବା ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି। ଖାରବେଳ ଭବନଠାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବୈଠକରେ ସଂଘ କର୍ମକର୍ତ୍ତାଙ୍କ ସହ ପରିବହନ ସଚିବ ଉଷା ପାଢ଼ୀ, ପରିବହନ କମିଶନର ଅମିତାଭ ଠାକୁର, ସ୍ବତନ୍ତ୍ର ସଚିବ ମନୋଜ ମିଶ୍ର, କ୍ରୁଟ୍‌ର ପ୍ରତିନିଧି ଉପସ୍ଥିତ ଥିଲେ। ସଂଘ ପକ୍ଷରୁ ଦାବିଗୁଡ଼ିକୁ ଲିଖିତ ଆକାରରେ ଦିଆଯାଇଥିଲା। ସଂଘର ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି, ଲକ୍ଷ୍ମୀ ବସ୍‌ ଯୋଗୁ ଘରୋଇ ବସ୍‌ଗୁଡ଼ିକର ହେଉଥିବା କ୍ଷତିକୁ ଭରଣା ନେଇ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଲକ୍ଷ୍ମୀ ବସ୍‌ କେବଳ ପଞ୍ଚାୟତରୁ ବ୍ଲକ୍‌ ସ୍ତରକୁ ଚଳାଚଳ କରିବ ବୋଲି ମନ୍ତ୍ରୀ ସଂଘକୁ ପ୍ରତିଶ୍ରୁତି ଦେଇଛନ୍ତି। ମୋ ବସ୍‌ ସହରାଞ୍ଚଳରେ ଚାଲିବାକୁ ଥିବାବେଳେ ବିଭିନ୍ନ ସ୍ଥାନକୁ ଯାଉଥିବାରୁ ତାହାର ସମୀକ୍ଷା ପାଇଁ ସଂଘର ପ୍ରତିନିଧିଙ୍କୁ ନେଇ ୭ ଜଣିଆ କମିଟି ଗଠନ କରାଯିବ। ସଂଘ ଲକ୍ଷ୍ମୀ ଯୋଜନାରେ ବ୍ଲକରୁ ଜିଲା ମୁଖ୍ୟାଳୟକୁ ବସ୍‌ ଚଳାଚଳକୁ ବିରୋଧ କରୁଛି ବୋଲି ସେ କହିଛନ୍ତି। ଟାୟାର-୨ରେ ବ୍ଲକ୍‌ରୁ ସଦର ମହକୁମାକୁ ଲକ୍ଷ୍ମୀ ବସ୍‌ ଗଡ଼ିବାକୁ ଥିବାବେଳେ କିଛି ରୁଟ୍‌କୁ ନେଇ ବସ୍‌ ମାଲିକଙ୍କ ସମସ୍ୟା ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ବସ୍‌ମାଲିକମାନେ ଲିଖିତ ଭାବେ ନିର୍ଦ୍ଦିଷ୍ଟ ରୁଟ୍‌କୁ ନେଇ ସରକାରଙ୍କୁ ଜଣାଇବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri