Posted inଖେଳ

ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା

ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍‌ ଏହି ସୂଚନା ଦେଇଛନ୍ତି। ଓସାକା ବର୍ତ୍ତମାନ କିଛି ସମୟ ତାଙ୍କ ବନ୍ଧୁ ଓ ପରିବାର ସହ ବିତାଇବାକୁ ଚାହୁଁଛନ୍ତି। ହେଲେ ଘରୋଇ ଦର୍ଶକଙ୍କ ଉପସ୍ଥିତିରେ ଅଲିମ୍ପିକ୍ସରେ ଖେଳିବା ଲାଗି ସେ ଉତ୍ସାହିତ ଅଛନ୍ତି। ସୂଚନାଯୋଗ୍ୟ, ମାନସିକ ଅବସାଦ ପାଇଁ ୨୩ ବର୍ଷୀୟା ଓସାକା ଫ୍ରେଞ୍ଚ ଓପନ ପ୍ରଥମ ରାଉଣ୍ଡ ପରେ ପ୍ରତିଯୋଗିତାରୁ ଓହରିଯାଇଥିଲେ। ପୂର୍ବତନ ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗପ୍ରାପ୍ତ ଓସାକା ବର୍ତ୍ତମାନ ର଼୍ୟାଙ୍କିଙ୍ଗ ତାଲିକାର ଦୁଇ ନମ୍ବର ସ୍ଥାନରେ ରହିଛନ୍ତି। ସେ ସବୁଠାରୁ ଅଧିକ ଉପାର୍ଜନକାରୀ ମହିଳା ଆଥ୍‌ଲେଟ। ସେ ୨୦୨୦ ଏପି ଫିମେଲ୍‌ ଆଥ୍‌ଲେଟ ଅଫ୍‌ ଦି ଇୟର ମଧ୍ୟ। ଗତ ମାସରେ ଫ୍ରେଞ୍ଚ ଓପନ ପ୍ରଥମ ରାଉଣ୍ଡ ବିଜୟ ପରେ ସେ ଖବରଦାତା ସମ୍ମିଳନୀର ସାମ୍ନା ନ କରିବାରୁ ତାଙ୍କୁ ୧୫,୦୦୦ ଡଲାର ଜରିମାନା ହୋଇଥିଲା। ପରଦିନ ଓସାକା ଟୁର୍ନାମେଣ୍ଟରୁ ଓହରିଯାଇଥିଲେ। ଖବରଦାତା ସମ୍ମିଳନୀ ପୂର୍ବରୁ ତାଙ୍କର ମାନସିକ ଅବସ୍ଥା ଠିକ୍‌ ନ ଥିଲା ବୋଲି ସଫେଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri