ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍‌ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ସହ କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ ପାଇଁ କଥା ହୋଇଛନ୍ତି। ଏସ୍‌ସିଓ ସମ୍ମିଳନୀରେ ଯୋଗଦେବା ପାଇଁ ଆସିଥିବା ବିଭିନ୍ନ ଦେଶର ପ୍ରତିନିଧିମାନଙ୍କ ସମ୍ମାନାର୍ଥେ ଶରିଫ ତାଙ୍କ ବାସଭବନରେ ନୈଶ୍ୟଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ଜୟଶଙ୍କର ତାଙ୍କ ସହ କଥା ହୋଇଥିଲେ। ଶରିଫ୍‌ ସମସ୍ତ ପ୍ରତିନିଧିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରାୟ ୧୦ ବର୍ଷ ପରେ ଭାରତର ଜଣେ ମନ୍ତ୍ରୀ ପାକିସ୍ତାନ ଗସ୍ତରେ ଯାଇଛନ୍ତି। ପାକିସ୍ତାନ ଏସ୍‌ସିଓ ସମିଟ୍‌ ଆୟୋଜନ କରୁଥିବାବେଳେ ଏଥିପାଇଁ ଇସ୍‌ଲାମାବାଦରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ସମିଟ୍‌ର ମୁଖ୍ୟ ବୈଠକ ଅନୁଷ୍ଠିତ ହେବ।

ଜୟଶଙ୍କର ପାକିସ୍ତାନରେ ପହଞ୍ଚିବାର କିଛି ଘଣ୍ଟା ପରେ ପାକିସ୍ତାନ ଚୁପଚାପ ଭାରତ ସହ ଦ୍ୱିପାକ୍ଷିକ ବୈଠକ କରିବାକୁ ଇଚ୍ଛା ପ୍ରକାଶ କରିଛି। ପାକିସ୍ତାନ ଯୋଜନା ଏବଂ ବିକାଶ ମନ୍ତ୍ରୀ ଅହସାନ ଇକବାଲ କହିଛନ୍ତି, ଏହି ସମ୍ମିଳନୀରେ ପାକିସ୍ତାନ ସହ ଦ୍ୱିପାକ୍ଷିକ ବୈଠକ କରିବାକୁ ଚାହୁଁଛି କି ନାହିଁ ତାହା ଭାରତ ସ୍ଥିର କରିବ।

ଭାରତ ଏବଂ ପାକିସ୍ତାନର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ପ୍ରସ୍ତାବ ଦେବାକୁ ଚାହୁଁଛନ୍ତି କି ନାହିଁ ଏକ ପ୍ରଶ୍ନର ଉତ୍ତରରେ ପାକିସ୍ତାନ ମନ୍ତ୍ରୀ ଅହସାନ ଇକବାଲ କହିଛନ୍ତି, ଏସସିଓ ବୈଠକର ଆୟୋଜକ ଭାବରେ ଇସଲାମାବାଦ ଅତିଥିମାନେ ଯାହା କରିବେ ତାହା କରିବେ। ଆମେ ଅଫର୍‌ କରିପାରିବୁ ନାହିଁ। ଆମକୁ ଅତିଥି ଅନୁଯାୟୀ କାର୍ଯ୍ୟ କରିବାକୁ ପଡିବ। ଯଦି ଅତିଥିମାନେ ଦ୍ୱିପାକ୍ଷିକ ବୈଠକ ଚାହାଁନ୍ତି, ଆମେ ନିଶ୍ଚିତ ଭାବରେ ବହୁତ ଖୁସି ହେବୁ।

ପାକିସ୍ତାନ ଭାରତ ସହ ବାଣିଜି୍ୟକ ସମ୍ପର୍କକୁ ପୁନଃସ୍ଥାପନ କରିବାକୁ ଚାହୁଁଛି କି ନାହିଁ, ଇକବାଲ କହିଛନ୍ତି, ଲାହୋର ଚୁକ୍ତିନାମା ଅନୁଯାୟୀ ଉଭୟ ପକ୍ଷ କାର୍ଯ୍ୟ କରିବା ଉଚିତ। ଯଦି ଆମେ ଲାହୋର ଚୁକ୍ତିନାମା ଅନୁସରଣ କରୁ, ତେବେ କୌଣସି ଅସୁବିଧା ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?