Posted inଜାତୀୟ

ଦୁଇ ଦିନରେ ୨ ଭାଜପା ଏମ୍‌ପି ଦଳ ଛାଡ଼ି କଂଗ୍ରେସରେ ଯୋଗଦେଲେ

ନୂଆଦିଲ୍ଲୀ,୧୨।୩: ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ସେତିକି ରାଜନେୈତିକ ଉସ୍ମତା ଦିନକୁ ଦିନ ବଢ଼ିବାରେ ଲାଗିଛି। ୨ ଦିନ ମଧ୍ୟରେ ଦୁଇ ଭାଜପା ଏମ୍‌ପି ଦଳ ଛାଡ଼ି କଂଗ୍ରେସ ହାତ ଧରିଛନ୍ତି। ହରିୟାଣା ହିସାର ଏମ୍‌ପି ବ୍ରଜେନ୍ଦ୍ର ସିଂହଙ୍କ ପରେ ଏବେ ରାଜସ୍ଥାନ ଚୁରୁ ଏମ୍‌ପି ରାହୁଲ କସ୍ବାଂ ଭାଜପା ଛାଡି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀଯାଇ କଂଗ୍ରେସରେ ଯୋଗ ଦେଇଛନ୍ତି। ଭାଜପା ଟିକେଟ ପାଇ ରାହୁଲ ଦୁଇ ଥର ଏମ୍‌ପି ହୋଇଥିବା ବେଳେ ତାଙ୍କ ପିତା ରାମସିଂହ କସ୍ବାଂ ମଧ୍ୟ ଭାଜପା ଟିକେଟ ପାଇ ୩ ଥର ଏମ୍‌ପି ହୋଇଥିଲେ।

ଭାଜପା ନିକଟରେ ଲୋକସଭା ପାଇଁ ପ୍ରଥମ ତାଲିକା ପ୍ରକାଶ କରିଥିଲା, ଯେଉଁଥିରେ କେତେକ ଏମ୍‌ପିଙ୍କ ଟିକେଟ କାଟି ଦିଆଯାଇଛି। ଟିକେଟ କଟିଥିବା ଅଧିକାଂଶ ନେତା ଦଳର ନିଷ୍ପତ୍ତିକୁ ଗ୍ରହଣ କରିଥିଲେ। ହେଲେ ରାହୁଲ ବିଦ୍ରୋହ କରିଥିଲେ।

ଭାଜପାର ଦୁଇ ଏମ୍‌ପି କଂଗ୍ରେସରେ ଯୋଗଦେବା ପରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟପକ୍ଷେ ରାହୁଲଙ୍କ ସ୍ଥାନରେ ଚୁରୁ ଲୋକସଭା ଆସନରୁ ଭାଜପା ପାରାଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଦେବେନ୍ଦ୍ର ଝାଝରିଆଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri