୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଜିଲାପାଳ କହିଛନ୍ତି, ଏ ନେଇ ଶ୍ରୀମନ୍ଦିର ଓ ଜିଲା ପ୍ରଶାସନର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିିଭିନ୍ନ ପ୍ରସଙ୍ଗ ଉପରେ ମୋହର ବାଜିଛି। ପ୍ରାୟତଃ ସବୁ କଟକଣା ସମାନ ରହିଥିବାବେଳେ କେବଳ କୋଭିଡ୍‌ ରିପୋର୍ଟ କଟକଣାକୁ ହଟାଇ ଦିଆଯାଇଛି। ୨୧ ତାରିଖରୁ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ ଲାଗି ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଆବଶ୍ୟକ ନାହିଁ। ମାତ୍ର ପୂର୍ବଭଳି ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନିବାକୁ ବାଧ୍ୟ। ମନ୍ଦିର ପରିସରରେ ଦୀପ ଲଗାଇବା, ଭୋଗ ସାମଗ୍ରୀ ନେବା ଏବଂ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିବା ଆଦି ନିଷେଧ ରହିଛି। ସେହିପରି ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ। ପ୍ରଶାସନ ପକ୍ଷରୁ ପାନୀୟଜଳ ଓ ଭ୍ରାମ୍ୟମାଣ ପରିସ୍ରାଗାର ବ୍ୟବସ୍ଥା ମଧ୍ୟ ହେବ। ସକାଳ ୭ଟାରୁ ସାଧାରଣ ଦର୍ଶନ ଆରମ୍ଭ ହେବ। ପୁରୀ ସହରବାସୀ ପ୍ରମାଣପତ୍ର ସହ ସାଧାରଣ ଦର୍ଶନର ଘଣ୍ଟାଏ ଆଗରୁ ଅର୍ଥାତ୍‌ ସକାଳ ୬ରୁ ୭ଟା ପର୍ଯ୍ୟନ୍ତ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଅନ୍ୟ ସମୟରେ ସେମାନେ ସାଧାରଣ ଧାଡ଼ିରେ ଆସିପାରିବେ। ପ୍ରଶାସନ ପ୍ରାୟ ୩୦ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସ୍ତୁତି କରିଛି। ଏହାଠାରୁ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁ ଆସିଲେ ଅତିରିକ୍ତ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ କିଓସ୍କୋ ବ୍ୟବସ୍ଥାକୁ ବଳବତ୍ତର ରଖାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri