୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଜିଲାପାଳ କହିଛନ୍ତି, ଏ ନେଇ ଶ୍ରୀମନ୍ଦିର ଓ ଜିଲା ପ୍ରଶାସନର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିିଭିନ୍ନ ପ୍ରସଙ୍ଗ ଉପରେ ମୋହର ବାଜିଛି। ପ୍ରାୟତଃ ସବୁ କଟକଣା ସମାନ ରହିଥିବାବେଳେ କେବଳ କୋଭିଡ୍‌ ରିପୋର୍ଟ କଟକଣାକୁ ହଟାଇ ଦିଆଯାଇଛି। ୨୧ ତାରିଖରୁ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ ଲାଗି ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଆବଶ୍ୟକ ନାହିଁ। ମାତ୍ର ପୂର୍ବଭଳି ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନିବାକୁ ବାଧ୍ୟ। ମନ୍ଦିର ପରିସରରେ ଦୀପ ଲଗାଇବା, ଭୋଗ ସାମଗ୍ରୀ ନେବା ଏବଂ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିବା ଆଦି ନିଷେଧ ରହିଛି। ସେହିପରି ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ। ପ୍ରଶାସନ ପକ୍ଷରୁ ପାନୀୟଜଳ ଓ ଭ୍ରାମ୍ୟମାଣ ପରିସ୍ରାଗାର ବ୍ୟବସ୍ଥା ମଧ୍ୟ ହେବ। ସକାଳ ୭ଟାରୁ ସାଧାରଣ ଦର୍ଶନ ଆରମ୍ଭ ହେବ। ପୁରୀ ସହରବାସୀ ପ୍ରମାଣପତ୍ର ସହ ସାଧାରଣ ଦର୍ଶନର ଘଣ୍ଟାଏ ଆଗରୁ ଅର୍ଥାତ୍‌ ସକାଳ ୬ରୁ ୭ଟା ପର୍ଯ୍ୟନ୍ତ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଅନ୍ୟ ସମୟରେ ସେମାନେ ସାଧାରଣ ଧାଡ଼ିରେ ଆସିପାରିବେ। ପ୍ରଶାସନ ପ୍ରାୟ ୩୦ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସ୍ତୁତି କରିଛି। ଏହାଠାରୁ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁ ଆସିଲେ ଅତିରିକ୍ତ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ କିଓସ୍କୋ ବ୍ୟବସ୍ଥାକୁ ବଳବତ୍ତର ରଖାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?