ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ

କାଳିଆପାଣି,୨୨ା୪(ଅସିତ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ କାର୍ଯ୍ୟାଳୟରେ ଦୁର୍ନୀତି ଚରମ ସୀମା ଟପିଥିବା ଅଭିଯୋଗ ହୋଇଛି। ବ୍ଲକ୍‌ ଅଧୀନ ନଗଡ଼ାରେ ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ ହୋଇଥିବା ଫଳକ ଲଗାଯାଇଛି। ଫଳରେ ଏଠାରେ ଦୁର୍ନୀତି ହୋଇଥିବା ସ୍ପଷ୍ଟ ବାରି ହୋଇପଡୁଛି। ୨ ବର୍ଷ ପୂର୍ବେ ନଗଡ଼ା ଅଞ୍ଚଳର ନାଲିଆଡାବଠାରେ ଏକ ମନ୍ଦିର ପ୍ରତିଷ୍ଠା କରାଯାଇଛି, ଯାହାକି ତାଡ଼କେଶ୍ୱର ମହାଦେବ ମନ୍ଦିର ବୋଲି ନାମକରଣ ହୋଇଛି। ସେଠାରେ ସମସ୍ତ ପ୍ରକାର ଉନ୍ନତୀକରଣ ପାଇଁ ଟାଟା କମ୍ପାନୀ ସହଯୋଗ କରିଛି। ହେଲେ ଏବେ ମନ୍ଦିର ଉଭୟ ପାର୍ଶ୍ୱରେ ୫-ଟି ଲୋଗୋ ଲାଗିଥିବା ୨ ଫଳକ ଦେଖିବାକୁ ମିଳିଛି। ଗୋଟିଏ ଫଳକରେ ତାଡକେଶ୍ୱର ମନ୍ଦିର ଉନ୍ନତୀକରଣ ପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ୫ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଥିବା ଲେଖାଯାଇଛି। ଅନ୍ୟ ଫଳକରେ ଜଗନ୍ନାଥ ମନ୍ଦିର ଉନ୍ନତୀକରଣ ପାଇଁ ସମାନ ଆର୍ଥିକ ବର୍ଷରେ ୫ ଲକ୍ଷ ଟଙ୍କା ବ୍ୟୟ ବରାଦ ହୋଇଥିବ ଲେଖାହୋଇଛି। ତେବେ ସେ ଅଞ୍ଚଳରେ ଜଗନ୍ନାଥ ମନ୍ଦିର ନ ଥିବାବେଳେ ୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କାର୍ଯ୍ୟର ଫଳକ କିପରି ଲଗାଯାଇଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ନିର୍ମାଣ କାର୍ଯ୍ୟ କରୁଥିବା ପଞ୍ଚାୟତ ସମିତିର କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟ ପ୍ରତି ସନ୍ଦେହ ସୃଷ୍ଟି ହୋଇଛି। ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଫଟୋଥିବା ଫଳକ ଝୁଲୁଥିବାରୁ ଆଚରଣ ବିଧି ଉଲ୍ଲଂଘନ ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଫଳକ ଲଗାଇ ଯନ୍ତ୍ରୀ ୫ ଲକ୍ଷ ଟଙ୍କା ହଡ଼ପ କରିଥିବା ସାମାଜିକ କର୍ମୀ ବେଣୁଧର ମହାନ୍ତ ଅଭିଯୋଗ କରିଛନ୍ତି। ଏହି ଘଟଣାର ତଦନ୍ତ ଦାବି ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ଗ୍ରହଣ କରି ନ ଥିଲେ। ବିଡିଓ ଅଭିଷେକ ସ୍ବାଇଁଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri