ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ

କାଳିଆପାଣି,୨୨ା୪(ଅସିତ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ କାର୍ଯ୍ୟାଳୟରେ ଦୁର୍ନୀତି ଚରମ ସୀମା ଟପିଥିବା ଅଭିଯୋଗ ହୋଇଛି। ବ୍ଲକ୍‌ ଅଧୀନ ନଗଡ଼ାରେ ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ ହୋଇଥିବା ଫଳକ ଲଗାଯାଇଛି। ଫଳରେ ଏଠାରେ ଦୁର୍ନୀତି ହୋଇଥିବା ସ୍ପଷ୍ଟ ବାରି ହୋଇପଡୁଛି। ୨ ବର୍ଷ ପୂର୍ବେ ନଗଡ଼ା ଅଞ୍ଚଳର ନାଲିଆଡାବଠାରେ ଏକ ମନ୍ଦିର ପ୍ରତିଷ୍ଠା କରାଯାଇଛି, ଯାହାକି ତାଡ଼କେଶ୍ୱର ମହାଦେବ ମନ୍ଦିର ବୋଲି ନାମକରଣ ହୋଇଛି। ସେଠାରେ ସମସ୍ତ ପ୍ରକାର ଉନ୍ନତୀକରଣ ପାଇଁ ଟାଟା କମ୍ପାନୀ ସହଯୋଗ କରିଛି। ହେଲେ ଏବେ ମନ୍ଦିର ଉଭୟ ପାର୍ଶ୍ୱରେ ୫-ଟି ଲୋଗୋ ଲାଗିଥିବା ୨ ଫଳକ ଦେଖିବାକୁ ମିଳିଛି। ଗୋଟିଏ ଫଳକରେ ତାଡକେଶ୍ୱର ମନ୍ଦିର ଉନ୍ନତୀକରଣ ପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ୫ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଥିବା ଲେଖାଯାଇଛି। ଅନ୍ୟ ଫଳକରେ ଜଗନ୍ନାଥ ମନ୍ଦିର ଉନ୍ନତୀକରଣ ପାଇଁ ସମାନ ଆର୍ଥିକ ବର୍ଷରେ ୫ ଲକ୍ଷ ଟଙ୍କା ବ୍ୟୟ ବରାଦ ହୋଇଥିବ ଲେଖାହୋଇଛି। ତେବେ ସେ ଅଞ୍ଚଳରେ ଜଗନ୍ନାଥ ମନ୍ଦିର ନ ଥିବାବେଳେ ୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କାର୍ଯ୍ୟର ଫଳକ କିପରି ଲଗାଯାଇଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ନିର୍ମାଣ କାର୍ଯ୍ୟ କରୁଥିବା ପଞ୍ଚାୟତ ସମିତିର କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟ ପ୍ରତି ସନ୍ଦେହ ସୃଷ୍ଟି ହୋଇଛି। ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଫଟୋଥିବା ଫଳକ ଝୁଲୁଥିବାରୁ ଆଚରଣ ବିଧି ଉଲ୍ଲଂଘନ ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଫଳକ ଲଗାଇ ଯନ୍ତ୍ରୀ ୫ ଲକ୍ଷ ଟଙ୍କା ହଡ଼ପ କରିଥିବା ସାମାଜିକ କର୍ମୀ ବେଣୁଧର ମହାନ୍ତ ଅଭିଯୋଗ କରିଛନ୍ତି। ଏହି ଘଟଣାର ତଦନ୍ତ ଦାବି ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ଗ୍ରହଣ କରି ନ ଥିଲେ। ବିଡିଓ ଅଭିଷେକ ସ୍ବାଇଁଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri