ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। କେବଳ ଆଲୋଚନା ଚାଲିଛି। ସ୍ନାନଯାତ୍ରା ସହ ସଂଶ୍ଲିଷ୍ଟ ସମସ୍ତ ବ୍ୟକ୍ତିବିଶେଷଙ୍କ ସହିତ ବିଚାର ବିମର୍ଶ କରାଯିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜିଲାପାଳ ବର୍ମା କହିଛନ୍ତି, ପୁରୀ ଜିଲାରେ ଏବେ ଦୈନିକ କୋଭିଡ୍‌ ସଂକ୍ରମଣ ୩ଶହରୁ ୪ଶହ ରହୁଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷର ଚନ୍ଦନଯାତ୍ରାକୁ ବିନା ଭକ୍ତରେ କରାଯାଉଛି। ଯଦି ଏଭଳି କୋଭିଡ୍‌ ସ୍ଥିତି ଜାରି ରହେ ତେବେ ଆଗକୁ ମଧ୍ୟ ବିନା ଭକ୍ତରେ ସ୍ନାନଯାତ୍ରା ହେବାର ସମ୍ଭାବନା ରହିଛି। ତେବେ ଏ ନେଇ ବିଧିବଦ୍ଧ ଭାବେ କିଛି ନିଷ୍ପତ୍ତି ନିଆଯାଇନାହିଁ କି ସ୍ନାନଯାତ୍ରା ସଂକ୍ରାନ୍ତ କୌଣସି ବୈଠକ ଏପର୍ଯ୍ୟନ୍ତ ହୋଇନାହିଁ। ବୈଠକ ନ ହେବା ପୂର୍ବରୁ ସ୍ନାନଯାତ୍ରା ସମ୍ପର୍କରେ ସ୍ପଷ୍ଟ ଭାବେ କୁହାଯାଇପାରିବ ନାହିଁ। ସ୍ନାନଯାତ୍ରା ସହ ସମ୍ପୃକ୍ତ ସେବାୟତ ଏବଂ ଅନ୍ୟ ପକ୍ଷଙ୍କ ସହ ପ୍ରଶାସନ ଆଲୋଚନା କରିବ। ଏହାପରେ ସହମତି ଭିତ୍ତିରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଶ୍ରୀମନ୍ଦିର ପ୍ରଶାସନ ଏନେଇ ବିଧିବଦ୍ଧ ଭାବେ ସୂଚନା ଦେବେ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଚଳିତବର୍ଷ ଜୁନ୍‌ ୨୪ରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଗତବର୍ଷ କରୋନା ଯୋଗୁ ବିନା ଭକ୍ତରେ ସ୍ନାନଯାତ୍ରା ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri