Odisha Elections 2024

ବିନା ସୂଚନା ଫଳକରେ ଚାଲିଛି ରାସ୍ତା କାମ

ଜେଜେନାପୁର,୨୨।୪: (ଡି.ଏନ.ଏ.) ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର କୁସୁନୁପୁର ଭାୟା ବଲାଙ୍ଗିଆକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ମରାମତି ଚାଲିଛି। ମାତ୍ର ଏଠାରେ କୌଣସି ସୂଚନା ଫଳକ ଲଗା ନ ଯାଇ କାର୍ଯ୍ୟ କରାଯାଉଛି। ଏଥିସହିତ ଉକ୍ତ କାର୍ଯ୍ୟରେ ନିମ୍ନମାନର ସିମେଣ୍ଟ ବ୍ୟବହାର କରାଯାଉଛି। କୌଣସି ଭାଗ ମାପରେ କାମ କରାଯାଉନାହିଁ। ଏଠାରେ ସରକାରୀ ନିୟମକୁ ଫୁ କରିଦେଇଛନ୍ତି ଠିକାଦାର। ସେହିପରି ଜଙ୍ଗଲ କିସମ ଜାଗାରୁ ମାଟି ଆସି ରାସ୍ତା କାର୍ଯ୍ୟରେ ବ୍ୟବହାର ହେଉଛି। ରାସ୍ତାରେ ଚିପ୍ସି କମ ବ୍ୟବହାର କରି ଡଷ୍ଟ ଅଧିକ ପକାଯାଉଛି। ରୋଲିଂ ହେଉନାହିଁ କି ପାଣି ମଧ୍ୟ ସିଞ୍ଚନ କରାଯାଉନାହିଁ। ଉକ୍ତ କାମକୁ ତଦାରଖ କରିବାକୁ କୌଣସି ବିଭାଗୀୟ ଅଧିକାରୀ ମଧ୍ୟ ଆସୁନାହାନ୍ତି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତେଣୁ କାର୍ଯ୍ୟକୁ ଠିକ ଭାବେ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ବିଭାଗୀୟ ଯନ୍ତ୍ରୀ ସଞ୍ଜୟ କୁମାର ଲେଙ୍କାଙ୍କୁ ପଚାରିବାରୁ ସେ କହିଛନ୍ତି, ଏହାର ତଦନ୍ତ କରାଯିବ। ଯଦି ଅନିମୟିତତା ହେଉଥିବା ଜଣାପଡ଼ିବ ତେବେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର...

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ବୁଧବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା...

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ...

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri