ବିନା ସୂଚନା ଫଳକରେ ଚାଲିଛି ରାସ୍ତା କାମ

ଜେଜେନାପୁର,୨୨।୪: (ଡି.ଏନ.ଏ.) ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର କୁସୁନୁପୁର ଭାୟା ବଲାଙ୍ଗିଆକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ମରାମତି ଚାଲିଛି। ମାତ୍ର ଏଠାରେ କୌଣସି ସୂଚନା ଫଳକ ଲଗା ନ ଯାଇ କାର୍ଯ୍ୟ କରାଯାଉଛି। ଏଥିସହିତ ଉକ୍ତ କାର୍ଯ୍ୟରେ ନିମ୍ନମାନର ସିମେଣ୍ଟ ବ୍ୟବହାର କରାଯାଉଛି। କୌଣସି ଭାଗ ମାପରେ କାମ କରାଯାଉନାହିଁ। ଏଠାରେ ସରକାରୀ ନିୟମକୁ ଫୁ କରିଦେଇଛନ୍ତି ଠିକାଦାର। ସେହିପରି ଜଙ୍ଗଲ କିସମ ଜାଗାରୁ ମାଟି ଆସି ରାସ୍ତା କାର୍ଯ୍ୟରେ ବ୍ୟବହାର ହେଉଛି। ରାସ୍ତାରେ ଚିପ୍ସି କମ ବ୍ୟବହାର କରି ଡଷ୍ଟ ଅଧିକ ପକାଯାଉଛି। ରୋଲିଂ ହେଉନାହିଁ କି ପାଣି ମଧ୍ୟ ସିଞ୍ଚନ କରାଯାଉନାହିଁ। ଉକ୍ତ କାମକୁ ତଦାରଖ କରିବାକୁ କୌଣସି ବିଭାଗୀୟ ଅଧିକାରୀ ମଧ୍ୟ ଆସୁନାହାନ୍ତି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତେଣୁ କାର୍ଯ୍ୟକୁ ଠିକ ଭାବେ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ବିଭାଗୀୟ ଯନ୍ତ୍ରୀ ସଞ୍ଜୟ କୁମାର ଲେଙ୍କାଙ୍କୁ ପଚାରିବାରୁ ସେ କହିଛନ୍ତି, ଏହାର ତଦନ୍ତ କରାଯିବ। ଯଦି ଅନିମୟିତତା ହେଉଥିବା ଜଣାପଡ଼ିବ ତେବେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri