ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଗାଡ଼ି ପଞ୍ଜୀକରଣ ହେଉଥିବାରୁ ଏହାର ଧୂଅଁା ପରିବେଶକୁ ନଷ୍ଟ କରୁଛି। ଏପରି କି ଅନେକ ଗାଡିର ଫିଟ୍‌ନେସ୍‌ ନ ଥିବାରୁ ସେଥିରୁ ଅଧିକ ମାତ୍ରାରେ ଧୂଅଁା ବାହାରୁଛି। ଯେଉଁଥିପାଇଁ ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣ ପତ୍ର(ପିୟୁସିସି) ନ ଥିବ, ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ନ ଦେବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା(ଏସ୍‌ଟିଏ) ପକ୍ଷରୁ ସମସ୍ତ ତୈଳ ବିକ୍ରୟ କମ୍ପାନୀକୁ ଚିଠି ଲେଖାଯାଇଛି।

ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି। ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି ଲେଖାଯାଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିବ, ସେଗୁଡ଼ିକୁ କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଏହାଦ୍ୱାରା ଓଡ଼ିଶାର ବିଭିନ୍ନ ଜିଲାରେ ବାୟୁ ଗୁଣବତ୍ତାମାନକୁ ଉନ୍ନତ ରଖାଯିବ ସହ ପରିବହନ ଯୋଗୁ ହେଉଥିବା ପ୍ରଦୂଷଣକୁ କମ୍‌ କରାଯାଇପାରିବ ବୋଲି ଆଶା କରାଯାଇଛି। ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ ଏଥିପାଇଁ ଗାଡ଼ିଗୁଡ଼ିକୁ ନିୟମିତ ବ୍ୟବଧାନରେ ପଞ୍ଜୀକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ। ସେହିଭଳି ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନର ମଧ୍ୟ ବ୍ୟବସ୍ଥା ରହିଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲ୍‌ଗେଟରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ୱଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ। ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ। ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ ବୋଲି ପରିବହନ ବିଭାଗ ଜନସାଧାରଣଙ୍କୁ ସହଯୋଗ କରିବାକୁ ନିବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri