ମଞ୍ଚରେ ବସିଲେନି, ମାଇକ୍‌ ଧରି ବୁଲିଲେ ମୋଦି: କାର୍ଯ୍ୟକର୍ତ୍ତାଙ୍କୁ ଶୁଣାଇଲେ ଝିଅ-ବୋହୂ ଥିଓରି

ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଅସିଛନ୍ତି। ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି ସମ୍ମିଳନୀରେ ଯୋଗଦେଇଛନ୍ତି। ଏହା ପୂର୍ବରୁ ଶୁକ୍ରବାର ଅପରାହ୍ନରେ ମୋଦି ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନଦେବା ପରେ ରାଜଭବନରେ କିଛି ସମୟ ବିତାଇ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇଥିଲେ।
ପ୍ରଧାନମନ୍ତ୍ରୀ ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଥିଲେ। ମୋଦି ତାଙ୍କ ଗସ୍ତସୂଚୀ ଅନୁଯାୟୀ ରାଜଭବନରୁ ବାହାରି ୩ ମିନିଟ୍‌ ବିଳମ୍ବ ଅର୍ଥାତ୍‌ ୬ଟା ୩୦ ପରିବର୍ତ୍ତେ ୬ଟା ୩୩ ମିନିଟ୍‌ରେ ଦଳୀୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନ୍ୟନେତାମାନେ ସ୍ବାଗତ କରିଥିଲେ।
ପୂର୍ବ ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ୨ ଘଣ୍ଟା ଦଳୀୟ ନେତା, ମନ୍ତ୍ରୀ ଓ ପଦାଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଥିଲା। ହେଲେ ମୋଦି ୨ ଘଣ୍ଟା ବଦଳରେ ଦଳୀୟ କାର୍ଯ୍ୟାଳୟରେ ପ୍ରାୟ ସାଢ଼େ ୩ ଘଣ୍ଟା ରହିଥିଲେ। କାର୍ଯ୍ୟକର୍ତ୍ତାଙ୍କ ବୈଠକ ବେଳେ ମଞ୍ଚରେ ନବସି ପ୍ରଧାନମନ୍ତ୍ରୀ ମାଇକ୍ରୋଫୋନ ଧରି ସଭା ମଝିରେ ଚାଲି ଚାଲି ସମସ୍ତଙ୍କୁ ଭଲ ମନ୍ଦ ଓ ସୁଖ ଦୁଃଖ ପଚାରି ବୁଝିଥିଲେ। ଏହି ସମୟରେ ସେ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। କାର୍ଯ୍ୟକର୍ତ୍ତାଙ୍କ ସହ ଯୋଡି ହୋଇ ରହିବାକୁ ପରାମର୍ଶ ଦେବା ସହ ସେମାନଙ୍କର ଛୋଟିଆ ଭୁଲ ଉପରେ ପ୍ରତିକ୍ରିୟା ପ୍ରକାଶ ନକରି ସଫଳତା ପାଇଁ ଶ୍ରେୟ ଓ ଧନ୍ୟବାଦ ଦେବାକୁ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ସେଇଥିଲେ। ଏହା ସହ ନିର୍ବାଚିତ ଲୋକ ପ୍ରତିନିଧିଙ୍କୁ କୁଆଁରୀ ଝିଅ ଓ ବୋହୂ ଭିତରେ ପାର୍ଥକ୍ୟ ସେ ବୁଝାଇଥିଲେ॥ ଝିଅ-ବୋହୂର ଉଦାହରଣ ଦେଇ ମୋଦି କହିଥିଲେ, ଝିଅଟିଏ ବାପ ଘରେ ଥିବା ବେଳେ ତାପାଖରେ ସବୁ ସ୍ବାଧୀନତା ଥାଏ। କିନ୍ତୁ ବାହା ହୋଇ ଶାଶୁଘରକୁ ଗଲେ ତା ଉପରେ ସମସ୍ତଙ୍କର ନଜର ରହିଥାଏ। ବୋହୂର ଚାଲି ଚଳଣି, ବ୍ୟବହାର ଓ କଥାବାର୍ତ୍ତାକୁ ସମସ୍ତେ ଦେଖନ୍ତି ଓ ଧରନ୍ତି। ବାପ ଘରେ ଝିଅ ଭଳି ଆପଣମାନେ କାର୍ଯ୍ୟକର୍ତ୍ତା ଥିଲେ। ନିର୍ବାଚିତ ହୋଇ ଆସିବା ପରେ ବୋହୂ ଭଳି। ତେଣୁ ଆପଣମାନଙ୍କ ଉପରେ ସମସ୍ତଙ୍କର ନଜର ରହିଛି। ଏମିତି କହି ପ୍ରଧାନମନ୍ତ୍ରୀକାର୍ଯ୍ୟକର୍ତ୍ତା ଓ ଜନପ୍ରତିନିଧି ଭିତରେ ଫରକର ପାଠ ପାଇଥିଲେ। ଓଡିଶାର ବିକାଶ ପାଇଁ ମିଶନ ୩୬କୁ ଫୋକସ କରିବାକୁ ପରାମର୍ଶ ଦେଇଛନ୍ତି ମୋଦି। ୨୦୩୬ ସୁଦ୍ଧା ଓଡିଶାର ନକ୍ସା ଲୋକଙ୍କ ଆଗରେ ରଖିବାକୁ ହେବ ବୋଲି ସେ କହିଥିଲେ ।

ପ୍ରଧାନମନ୍ତ୍ରୀ ଭିତରେ ଥିବାବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଦଳୀୟ କାର୍ଯ୍ୟାଳୟ ଗେଟ୍‌ ପାଖରେ ଠିଆହୋଇ ଅନେକ ସମୟ ଧରି କଥାବାର୍ତ୍ତା ହେଉଥିଲେ। ଏହାପରେ ୩ ଜଣ ନେତା ରାସ୍ତା ଆଡ଼କୁ ଆସି ପୁଣି ଥରେ କିଛି ସମୟ ଭିତରେ ଭିତରକୁ ଚାଲିଯାଇଥିଲେ। ପ୍ରଧାନମନ୍ତ୍ରୀ ବୈଠକ ଶେଷହେବା ପରେ ତାଙ୍କ ଏକ୍ସ ଆକାଉଣ୍ଟରେ ପୋଷ୍ଟକରି କହିଛନ୍ତି, ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କ ସହ କଥାବାର୍ତ୍ତା ହେଲା। ଦଳକୁ ରାଜ୍ୟରେ କିପରି ସଙ୍ଗଠିତ କରିହେବ ଏବଂ ଲୋକମାନଙ୍କ ଜୀବନଶୈଳୀକୁ ଭଲ କରିବା ଲାଗି କ’ଣ କରିବା ଦରକାର ସେନେଇ ଆଲୋଚନା ହେଲା। ଏହାସହ ସେ ୪ଟି ଫଟୋ ମଧ୍ୟ ପୋଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri